www.samajalive.in
Saturday, December 13, 2025
26.1 C
Bhubaneswar

ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀ ମୃତ

ଯାଜପୁର: ଯାଜପୁର ବଡଚଣା ଛକ ନିକଟରେ ଥିବା ଓଭର ବ୍ରିଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଦୁଇ ଜଣ ଯୁବକ ବାଇକରେ କଟକରୁ ଚଣ୍ଡିଖୋଲ ଅଭିମୁଖେ ଆସୁଥିବାବେଳେ ଏକ ଅଜଣା ଗାଡି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଗାଡିଟି ଉଭୟଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଛି। ପରେ ଖବର ପାଇ ବଡଚଣା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories