www.samajalive.in
Sunday, December 14, 2025
26.1 C
Bhubaneswar

ଅଂଶୁଘାତରେ ଆଉ ଜଣେ ମୃତ: ୨ରେ ପହଁଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢିଚାଲିଛି। ସକାଳ ୮ଟାରେ ଦିନ ୧୨ଟାର ଖରା ଅନୁଭୂତ ହେଉଛି। ଜନଜୀବନ ଅସ୍ତବ୍ୟସ୍ତ ହେଉଥିବାବେଳେ ଗ୍ରୀଷ୍ମଜନିତ ଅସୁସ୍ଥତା ଓ ଅଂଶୁଘାତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୋମବାର ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ଦୁଇରେ ପହଞ୍ଚିଛି। ସେହିପରି ୨୫୭ ଅଂଶୁଘାତରେ ଅସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଅଂଶୁଘାତକୁ ନେଇ ସ୍ବାସ୍ଥ୍ୟ ବିଭାଗ ସତର୍କତା ଜାରି କରିଛି। ପୂର୍ବରୁ ବାଲେଶ୍ବରରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିଲା। ଆଜି ଆଉ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ମୃତ ବ୍ୟକ୍ତି ଜଣକ ଢେଙ୍କାନାଳର ବୋଲି ଜଣାପଡ଼ିଛି। ସେହିପରି ଅଂଶୁଘାତ ଓ ଅସୁସ୍ଥତା ଜନିତ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସୁନ୍ଦରଗଡ଼ରେ ସର୍ବାଧିକ ୬୦ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଞ୍ଜରେ ୪୦, ଖୋର୍ଦ୍ଧାରେ ୩୬, ଝାରସୁଗୁଡ଼ାରେ ୧୮ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇଛନ୍ତି। ଅଂଶୁଘାତ ଜନିତ ମୃତ୍ୟୁକୁ ନେଇ ଆହୁରି ଅନେକ ଅଭିଯୋଗ ଆସିଥିବାବେଳେ ଯାଞ୍ଚ ପରେ ବିଧିବଦ୍ଧଭାବେ ଘୋଷଣା କରାଯିବ। ଏନେଇ ଏକ ସ୍ବତନ୍ତ୍ର କମିଟି ରହିଛି ବୋଲି କୁହାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories