www.samajalive.in
Monday, December 8, 2025
17.1 C
Bhubaneswar

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କେନ୍ଦୁଝର:  ଓଡିଶାର ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ହଟାତ ତାଙ୍କ ଦେହ ହାତ ବିନ୍ଧିବା ସହ ଅତ୍ୟଧିକ ଦୁର୍ବଳ ହୋଇ ପଡ଼ିଥିଲେ। ଗତକାଲି ଅତ୍ୟଧିକ ଗରମ ଅନୁଭୂତ ହେଉଥିଲା ।  ତେଣୁ ଘର ଲୋକେ ଡାକ୍ତରଙ୍କ ପରାମର୍ଶ କ୍ରମେ ଓଦା କପଡାରେ ତାଙ୍କ ଶରୀରକୁ ପୋଛି ଦେଇଥିଲେ। କିନ୍ତୁ ତାପରେ ମଧ୍ୟ ସେ ଏତେ ଦୁର୍ବଳ ହୋଇ ପଡିଥିଲେ,  ଯେ ବିଛଣାରୁ ଉଠି ପାରିନଥିଲେ। ସକାଳୁ ମଧ୍ୟ ଅତ୍ୟଧିକ ଦୁର୍ବଳ ହେବାରୁ ଘର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି, ଲୁଜ୍ ମୋସନ ହୋଇଛି। କାଜୁଆଲିଟିରେ ସେ ଆଡମିଶନ ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ଗତ କିଛିଦିନ ତଳେ ତାଙ୍କ ବଡ ପୁଅକୁ ହରାଇଥିବା ବେଳେ କିଛି ବର୍ଷ ପୂର୍ବେ ତାଙ୍କ ସାନ ପୁଅ କୁ ହରାଇ ଥିଲେ। ଗତ ଏପ୍ରିଲ ୨ତାରିଖରେ ମାଗୁଣିଙ୍କ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ଏବେ ପୁଣି ଥରେ ତାଙ୍କୁ ସ୍ଵାସ୍ଥ୍ୟ ଖରାପ ହୋଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories