www.samajalive.in
Sunday, December 14, 2025
17.1 C
Bhubaneswar

ନାମାଙ୍କନ ଦାଖଲ କଲେ ପ୍ରଣବ: ଶୁଭେଚ୍ଛା ଜଣାଇ ନବୀନ କହିଲେ ତୁମେ ନିଶ୍ଚୟ ଜିତିବ

ସମ୍ବଲପୁର: ବିରାଟ ଶୋଭାଯାତ୍ରାରେ ସମ୍ବଲପୁର ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରଣବ ପ୍ରକାଶ ଦାସ। ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବା ପରେ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ ସାଂସଦ ପ୍ରାର୍ଥୀ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ପ୍ରଣବ। ୫ଜଣ ପ୍ରସ୍ତାବକଙ୍କ ସହ ୪ସେଟ୍‌‌ ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ପ୍ରଣବଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସଭାପତି ନବୀନ ପଟ୍ଟନାୟକ। ନବୀନ କହିଛନ୍ତି ମୁଁ ନିଶ୍ଚିତ ବବି ତୁମେ ନିଶ୍ଚିତ ବିଜୟ ହାସଲ କରିବ। ଏକ୍ସରେ ପୋଷ୍ଟ କରି ବବି ଲେଖିଛନ୍ତି ଆପଣଙ୍କ ଆଶୀର୍ବାଦ ଏବଂ ସମ୍ବଲପୁରବାସୀଙ୍କ ଅକୁଣ୍ଠ ଭଲ ପାଇବା ‘ସମୃଦ୍ଧ ସମ୍ବଲପୁର’ ଗଠନର ସଂକଳ୍ପକୁ ଆହୁରି ଦୃଢ କରିଛି। ନାମାଙ୍କନ ଦାଖଲ କରିବା ପୂର୍ବରୁ ମା ସମଲେଶ୍ୱରୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ ପ୍ରଣବ।

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories