www.samajalive.in
Friday, December 12, 2025
19.1 C
Bhubaneswar

ମିଳିଲାନି ଟିକଟ, ବିଜେଡିରୁ ଇସ୍ତଫା ଦେଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ(ବିଜେଡି)ର ଦୁଇଜଣ ପୂର୍ବତନ ବିଧାୟକ ଇସ୍ତଫା ଦେଇଛନ୍ତି। ଉଭୟ ବିଧାୟକ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି

ଆଜି କାକଟପୁର ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଥିଲେ। ଦଳ ଟିକଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ସୁରେନ୍ଦ୍ର ସେଠୀ। କିଛି ଦିନ ନୀରବ ରହିବା ପରେ ଆଜି ସେ ବିଜେଡିରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ଆଜି ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି।

- Advertisement -

ସେହିପରି ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ଭାଗିରଥୀ ସେଠୀ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। ପୂର୍ବତନ ବିଧାୟକ ସୁରେନ୍ଦ୍ର ଓ ଭାଗିରଥୀ କେଉଁ ଦଳରେ ସାମିଲ ହେବେ ତାହା ସ୍ପଷ୍ଟ କରିନାହାନ୍ତି। ଖୁବ ଶୀଘ୍ର ସେମାନେ କେଉଁ ଦଳରେ ଯୋଗଦେବେ ତାହା ସୂଚନା ଦେବେ ବୋଲି ଉଭୟ ପ୍ରକାଶ କରିଛନ୍ତି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories