www.samajalive.in
Sunday, December 7, 2025
18.1 C
Bhubaneswar

ଶ୍ରୀମନ୍ଦିରରେ ରାମାଭିଷେକ ନୀତି: ଆଜି ସରିବ ସାହିଯାତ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୂଙ୍କର ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେପି କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ। ଜୟ ବିଜୟ ଦ୍ଵାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ। ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଆଜ୍ଞାମାଳ ପାଇ ରାମ , ଲକ୍ଷ୍ମଣ ଓ ଦେବୀ ସୀତା ପାଲିଙ୍କିକୁ ବିଜେ କରି ଶ୍ରୀ ଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ। ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚିତ୍ର ଧାରଣ କରି ପ୍ରଭୂ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ଵୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଲଭ ମଠରେ ପହଞ୍ଚିବା ପରେ ଗୌଡବାଡସାହି ଆଖଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବ ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories