www.samajalive.in
Saturday, December 6, 2025
19.1 C
Bhubaneswar

ନବୀନ ଭରିବେ ଦ୍ଵିତୀୟ ନାମାଙ୍କନ

ବଲାଙ୍ଗୀର: କଣ୍ଟାବାଞ୍ଜି ଆସନରୁ ଆଜି ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ଵିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ହେଲିକପ୍ଟର ଯୋଗେ ଟିଟଲାଗଡରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିବେ। ଆଜି ଟିଟଲାଗଡ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀ ନାମାଙ୍କନ କରିବାକୁ ଥିବାରୁ ଜିଲ୍ଲାପ୍ରଶାସନ ଓ ପୁଲିସ୍ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି ମୁଖ୍ୟମନ୍ତ୍ରୀ। ଗତ ୨୯ ତାରିଖରେ ହିଞ୍ଜିଳି ଆସନରେ ନାମାଙ୍କନ ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ । ମା ତାରା ତାରିଣୀଙ୍କ ଦର୍ଶନ ପରେ ବିରାଟ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଥିଲେ ନବୀନ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories