www.samajalive.in
Tuesday, December 9, 2025
16.1 C
Bhubaneswar

ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ ବଦଳି ପାଇଁ ନିର୍ଦେଶ ଦେଲେ ଭାରତୀୟ ନିର୍ବାଚନ ଆୟୋଗ

ଭୁବନେଶ୍ବର: ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) ପକ୍ଷରୁ ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ ବଦଳି ନିର୍ଦେଶ ଦିଆଯାଇଥିବା ସୂଚନା ମିଳିଛି । ଭାରତୀୟ ଜନତା ପାର୍ଟି(ବିଜେପି)ର ଅଭିଯୋଗ ପରେ ତାଙ୍କୁ ବଦଳି ନିର୍ଦେଶ ଦିଆଯାଇଥିବା ଜଣାପଡିଛି। ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ ବଦଳି ନିର୍ଦେଶ ହୋଇଥିବା ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି।

ବିଜେପି ଆଜି ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଭେଟି ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲା । ଭାରତୀୟ ନିର୍ବାଚନ ଆୟୋଗ ବିଳମ୍ବିତ ରାତିରେ ସୁଜାତା ଆର କାର୍ତ୍ତିକେୟନଙ୍କୁ ସର୍ବସାଧାରଣ ଲୋକଙ୍କ ସହ ଜଡ଼ିତ ନଥିବା ବିଭାଗକୁ ବଦଳି କରିବାକୁ ନିର୍ଦେଶ ଦେଇଥିବା ଜଣାପଡ଼ିଛି । ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ପଦରୁ ସୁଜାତା ଆର କାର୍ତ୍ତିକେୟନଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦେବାକୁ ଭାରତୀୟ ନିର୍ବାଚନ ଆୟୋଗ ନିର୍ଦେଶ ଦେଇଛନ୍ତି।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories