ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ବସ୍ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ସୋନପୁର-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ଖମ୍ବସିରିପାଲି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟିପଡିଛି। ବସଟି ପ୍ରାୟ ୪୦ ଯାତ୍ରୀଙ୍କୁ ନେଇ ପାଟଣାଗଡ ଅଭିମୁଖେ ଯାଉଥିଲା। ଦୁର୍ଘଟଣାରେ ଦୁଇ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ଅନ୍ୟ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ଗୁରୁତରଙ୍କୁ ସୋନପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ସୋନପୁର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



