www.samajalive.in
Tuesday, December 9, 2025
15.1 C
Bhubaneswar

ଆସନ୍ତା ୫ରେ ମୟୁରଭଞ୍ଜ ଆସିବେ ମୋଦୀ

ଦ୍ୱାରଶୁଣି: ଆସନ୍ତା ଜାନୁଆରୀ ୫ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୟୁରଭଞ୍ଜ ଜିଲା ଗସ୍ତରେ ଆସିବେ। ଶନିବାର ବାରିପଦାରେ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଏନେଇ ଏକ ପ୍ରସ୍ତୁତି ବୈଠକରେ ପ୍ରକାଶ କରିଛନ୍ତି। ବାରିପଦା ବଜାର ଇଣ୍ଡିଆର ସଭାଗୃହରେ ମୋଦୀଙ୍କ ଗସ୍ତକୁ ନେଇ ଏହି ପ୍ରସ୍ତୁତି ବୈଠକରେ ଆୟୋଜନ ହୋଇଥିଲା। ଆସନ୍ତା ମାସ ୫ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୟୁରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ବେଳେ ଏହାର ପ୍ରସ୍ତୁତିକୁ ନେଇ ଦଳ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଥିରେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, ଉପସଭାପତି ପ୍ରତାପ ଷଡଙ୍ଗୀ, ରାଜକିଶୋର ଦାସ, ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ପୂର୍ବଭାଗ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ର, ସାଧାରଣ ସମ୍ପାଦକ ତଥା ପୂର୍ବତନ ବିଧାୟକ କାନ୍ଦ୍ରା ସରେନ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories