www.samajalive.in
Monday, December 8, 2025
20.1 C
Bhubaneswar

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳର ନୂଆ ଜର୍ସି ଲଞ୍ଚ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଭାରତୀୟ ଦଳର ନୂଆ ଜର୍ସି ଉନ୍ମୋଚିତ ହୋଇଛି। ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ହେଲିକପ୍ଟର ଜରିଆରେ ଜର୍ସିକୁ ଉନ୍ମୋଚିତ କରାଯାଇଛି। ସ୍ପୋର୍ଟସ ୱେୟାର ବ୍ରାଣ୍ଡ ଆଦିଦାସ୍‌‌ ପକ୍ଷରୁ ଲଞ୍ଚ ବେଳର ଏକ ସଟ୍‌‌ ଭିଡ଼ିଓକୁ ଏକ୍ସ ଆକାଉଣ୍ଟରେ ପୋଷ୍ଟ କରାଯାଇଛି। ଜର୍ସି ଲଞ୍ଚ ସମୟରେ କ୍ୟାପଟେନ ରୋହିତ ଶର୍ମାଙ୍କ ସହ କୁଲଦୀପ ଯାଦବ ଓ ରବୀନ୍ଦ୍ର ଜାଡେଜା ଉପସ୍ଥିତ ରହିଛନ୍ତି। ଏହି ଜର୍ସି ପିନ୍ଧି ଭାରତୀୟ ଦଳ ଟି-୨୦ ବିଶ୍ୱକପ ଖେଳିବେ। ଜୁନ ୨ରୁ ଆମେରିକା ଓ ୱେଷ୍ଟଇଣ୍ଡିଜରେ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଏଥିପାଇଁ ୧୫ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଟି-୨୦ରେ ରୋହିତ ଶର୍ମା ଅଧିନାୟକ ଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଉପ ଅଧିନାୟକ ରହିବେ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories