www.samajalive.in
Tuesday, December 9, 2025
15.1 C
Bhubaneswar

ନବୀନ-କେସିଆର୍‌ ସାକ୍ଷାତ ଆଜି

ଭୁବନେଶ୍ବର : ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର) ରବିବାର ଓଡ଼ିଶା ଆସୁଛନ୍ତି। ସେ ସନ୍ଧ୍ୟା ୬ଟାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି ଆଲୋଚନା କରିବେ। ସପରିବାର ଓଡ଼ିଶା ଆସୁଥିବା କେସିଆର ରବିବାର ଭୁବନେଶ୍ବରରେ ଅବସ୍ଥାନ କରିବେ। କେସିଆର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକକୁ ଭେଟିବା ରାଜନୈତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ମନେହୁଏ। ନବୀନଙ୍କ ସହ ତୃତୀୟ ସାମ୍ମୁଖ୍ୟ ଗଠନ ପ୍ରସଙ୍ଗରେ ସେ ଆଲୋଚନା କରିବା ସମ୍ଭାବନା ଥିବା ଚର୍ଚ୍ଚା ହେଉଛି। ତେବେ ଏହାକୁ ବିଜେଡି ଖଣ୍ଡନ କରିଛି। ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, କେସିଆର ଓଡ଼ିଶା ଆସୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର କୌଣସି ରାଜନୈତିକ ଆଲୋଚନା ହେବାର ନାହିଁ। ରବିବାର ସେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ। ୨୪ ତାରିଖରେ ସେ ଶ୍ରୀଜୀଉଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି।
୨୪ ତାରିଖ ସକାଳେ କେସିଆର ପୁରୀ ଓ କୋଣାର୍କ ଯିବେ। ସେଠାରୁ ଫେରି ଅପରାହ୍ଣରେ କଲକତା ଗସ୍ତ କରିବେ। ସେଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ନୂଆଦିଲ୍ଲୀ ଯିବେ। ୨୫ ତାରିଖରୁ ନୂଆଦିଲ୍ଲୀ ରହଣି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଏସପି ନେତ୍ରୀ ମାୟାବତୀ, ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories