www.samajalive.in
Friday, December 12, 2025
16.1 C
Bhubaneswar

୧୦ରେ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀଙ୍କ ମେଗା ରୋଡ଼୍ ଶୋ’

ଭୁବନେଶ୍ଵର: ନିର୍ବାଚନକୁ ଆଖି ଆଗରେ କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ ଜାରି ରହିଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ରବିବାର ରାତିରେ ଭୁବନେଶ୍ଵରରେ ପହଞ୍ଚିଥିଲେ। ସୋମବାର ସେ ବ୍ରହ୍ମପୁର ଓ ନବରଙ୍ଗପୁରରେ ଆୟୋଜିତ ଜନ ସମାବେଶରେ ଯୋଗ ଦେଇ ଫେରିଥିବାବେଳେ ଆସନ୍ତା ୧୦ ତାରିଖରେ ପୁଣି ଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶା ଆସି ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦୀ। ଏହା ବ୍ୟତୀତ ଆସନ୍ତାକାଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ଥିବାବେଳେ ତା’ ପରଦିନ ଅର୍ଥାତ୍‌ ୯ ତାରିଖରେ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ର ହିମନ୍ତ ବିଶ୍ଵଶର୍ମା ଓଡ଼ିଶା ଆସିବେ।

ସୂଚନା ଅନୁସାରେ, ୧୦ ତାରିଖ ସନ୍ଧ୍ୟା ୬ଟାରୁ ଭୁବନେଶ୍ୱରେ ମୋଦୀଙ୍କ ରୋଡ୍‌ ଶୋ’ ଆରମ୍ଭ ହେବ। ମାଷ୍ଟରକ୍ୟାଣ୍ଟିନରୁ ବାହାରି ବାଣୀବିହାର ପର୍ଯ୍ୟନ୍ତ ଚାଲିବ ଏହି ରୋଡ୍‌ ଶୋ’। ଏଥିରେ ବହୁ ସଂଖ୍ୟକ ନେତା ଓ କର୍ମୀ ଯୋଗ ଦେବେ। ଏହାପରେ ଭୁବନେଶ୍ୱରରେ ହିଁ ରାତ୍ରୀ ଯାପନ କରିବେ ମୋଦୀ। ୧୧ ତାରିଖରେ ସେ ବଲାଙ୍ଗିରରେ ଆୟୋଜିତ ହେବାକୁ ଥିବା ସମାବେଶରେ ଯୋଗ ଦେବେ। ଅପରପକ୍ଷେ, ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଉଛି। ମଙ୍ଗଳବାର ଏସପିଜି ଦଳ ଓ ପୁଲିସ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି।

- Advertisement -

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories