www.samajalive.in
Sunday, December 7, 2025
26.1 C
Bhubaneswar

ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅଚ୍ୟୁତ ସାମନ୍ତଙ୍କ ମାରାଥନ ପ୍ରଚାର

ଫୁଲବାଣୀ: ଫୁଲବାଣୀ ବିଧାନସଭା ନିର୍ବାଚନମଣ୍ଡଳୀରେ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଓ ବିଧାୟକ ପ୍ରାର୍ଥୀ ଜୟଶ୍ରୀ କହଁର ମଙ୍ଗଳବାର ମାରାଥନ ପଥପ୍ରାନ୍ତ ପ୍ରଚାର ଓ ରୋଡ଼ ଶୋ’ କରିଛନ୍ତି। ସାଂସଦ ଓ ବିଧାୟକ ପ୍ରାର୍ଥୀ ଫୁଲବାଣୀ ବିଧାନସଭା ନିର୍ବାଚନମଣ୍ଡଳୀର ଫିରିଙ୍ଗିଆ ବ୍ଲକର ସଲାଗୁଡା, ଗୋଛାପଡା, ପଲାବୃଡି, କାଶିନିପଦର, ଭୃଙ୍ଗୀଯୋଡି, କେଳାପଡା ଆଦି ପଞ୍ଚାୟତରେ ଜନ ସମ୍ପର୍କ ପଥପ୍ରାନ୍ତ ସଭାରେ ଯୋଗଦେଇଥିଲେ। ସେହିଭଳି ଫିରିଙ୍ଗିଆ ହାଟରେ ରୋଡ଼ ଶୋ’ କରିଥିଲେ ଅଚ୍ୟୁତ ସାମନ୍ତ ଓ ଜୟଶ୍ରୀ କହଁର। ପଥପ୍ରାନ୍ତ ସଭାରେ ଉଦବୋଧନ ଦେଇ ଶ୍ରୀ ସାମନ୍ତ କହିଥିଲେ ଯେ, ବିକାଶ ପୁରୁଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାରେ ପ୍ରଗତିର ରଥ ଆଗେଇ ଚାଲିଛି। ଓଡ଼ିଶାକୁ ଭାରତର ଏକ ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବା ନିମନ୍ତେ ସମସ୍ତେ ଆଶୀର୍ବାଦ ପ୍ରଦାନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବର୍ତ୍ତମାନର ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବିଜେଡି ନେତ୍ରୀ ପୁନମ କହଁର, ଫିରିଙ୍ଗିଆ ବ୍ଲକ ଅଧ୍ୟକ୍ଷା ନମିତା କହଁର, ବିଜେଡି ନେତା ସତ୍ୟନାରାୟଣ ବେହେରା, କୈଳାସ ମୁଖୀ ପ୍ରମୁଖ ଉପସ୍ଥିତ ଥିଲେ। ପଥପ୍ରାନ୍ତ ସଭା ଓ ରୋଡ଼ ଶୋ’ରେ ଅଚ୍ୟୁତ ସାମନ୍ତଙ୍କୁ ନିକଟରେ ପାଇ ଜନସାଧାରଣଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳିଥିଲା।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories