www.samajalive.in
Friday, December 5, 2025
23.1 C
Bhubaneswar

ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ: ଦଳୀୟ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଭୁବନେଶ୍ଵର: ଆଜି ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ଏହି ଦିନିକିଆ ଗସ୍ତରେ ପ୍ରଥମେ ଭବାନୀପାଟଣା ଏବଂ ପରେ ରାୟଗଡାରେ ବିଜେପି ପାଇଁ ନିର୍ବାଚନୀ ପ୍ରଚାର କରିବେ ରାଜନାଥ। ସୂଚନା ଅନୁସାରେ ଦିନ ୧୨ଟା ୪୦ ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୁଲିସ୍ ଗ୍ରାଉଣ୍ଡରେ ପହଞ୍ଚିବେ ରାଜନାଥ ସିଂ। ଦିନ ୧ଟାରେ ସ୍ଥାନୀୟ ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେବେ। ଏଥିରେ ଜିଲ୍ଲା ବିଜେପି ସଭାପତି, ଜିଲ୍ଲା ବିଜେପି ପ୍ରଭାରୀ , କଳାହାଣ୍ଡି ବିଜେପି ସାଂସଦ ପ୍ରାର୍ଥୀ ମାଳବିକା ଦେଓଙ୍କ ସମେତ ଜିଲ୍ଲାର ବିଜେପି ବିଧାୟକ ପ୍ରାର୍ଥୀ ମାନେ ଯୋଗାଦେବେ । ଏହାପରେ ଅପରାହ୍ନ ୨ଟା ୪୦ରେ ଭବନୀପାଟଣାରେ କାର୍ଯ୍ୟକ୍ରମ ସାରି ରାୟଗଡା ଅଭିମୂଖେ ଯାତ୍ରା କରିବେ। ଅପରାହ୍ନ ୩ଟା ୧୦ରେ ରାୟଗଡା ସହର ବାରିଝୋଲା ରୋଡ୍ ଏଆଇଏସିଆର୍ ଗ୍ରାଉଣ୍ଡ ରେ ଜନସଭାକୁ ସମ୍ବୋଧନ କରିବେ ରାଜନାଥ। ସେଠାରେ ସେ ପ୍ରାୟ ୧ଘଣ୍ଟା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। ରାଜନାଥଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ କଳାହାଣ୍ଡି ଓ ରାୟଗଡା ଜିଲ୍ଲା ବିଜେପି ଶିବିରରେ ଉତ୍ସାହ ଖେଳିଯାଇଥିବାବେଳେ ସଭାର ଆୟୋଜନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories