www.samajalive.in
Tuesday, December 9, 2025
26.1 C
Bhubaneswar

ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଏବଂ ହିମନ୍ତ ବିଶ୍ଵଶର୍ମା

ଭୁବନେଶ୍ଵର: ରାଜ୍ୟରେ ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ବାକି ଥିବାବେଳେ ସବୁଠି ପ୍ରଚାରକୁ ଜୋରଦାର କରାଯାଉଛି। ଆଜି ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ। ସୂଚନା ମୂତାବକ ୧୨ଟା ୧୦ ମିନିଟରେ ସେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ। ପରେ ସ୍ଵତନ୍ତ୍ର ହେଲିକପ୍ଟରରେ ଯାଇ ୧୨ଟା ୩୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ। ପୁରୀରେ ପହଞ୍ଚିବା ପରେ ମହାପ୍ରଭୂଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ଣ ୩ଟା ୩୦ ମିନିଟରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିରାଟ ସମାବେଶକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଷ୍ଟାର କ୍ୟାମ୍ପେନର ନୀତିନ ଗଡକରୀ । ସେପଟେ ପ୍ରଚାର ପାଇଁ ଆଜି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ମଧ୍ୟ ଓଡିଶା ଗସ୍ତରେ ଆସୁଛନ୍ତି। ସେ ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

 

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories