www.samajalive.in
Wednesday, December 10, 2025
14.1 C
Bhubaneswar

ଆଜି ଗଞ୍ଜାମ ଓ କନ୍ଧମାଳରେ ମାରାଥନ ପ୍ରଚାର କରିବେ ନବୀନ

ଭୁବନେଶ୍ଵର: ରାଜ୍ୟରେ ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ଆଜି ଗଞ୍ଜାମରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନା ଅନୁସାରେ ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଦିନ ୧୦ଟା ୧୦ରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବେ । ସେଠାରୁ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ କନିଷି ପଞ୍ଚାୟତରେ ପହଞ୍ଚି  ଆୟୋଜିତ ପ୍ରଚାର ସଭାରେ ସାମିଲ ହେବେ । ସମାବେଶକୁ ସମ୍ବୋଧିତ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ନବୀନ। ପରେ ସେ ୧୧ଟା ୪୫ରେ ଆସିକାରେ ପହଞ୍ଚିବେ। ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବା ପରେ ଫୁଲବାଣୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। କନ୍ଧମାଳ ଷ୍ଟାଡିୟମରେ ପ୍ରଚାର ସଭା କରିବା ସହ ଗୁଡାରୀରେ ମଧ୍ୟ ପ୍ରଚାର କରିବା କାର୍ଯ୍ୟସୂଚୀ ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories