www.samajalive.in
Tuesday, December 9, 2025
16.1 C
Bhubaneswar

ଜାଣନ୍ତୁ ଆଜି ରାଶି ଅନୁସାରେ କେମିତି କଟିବ ଦିନ: ଗୁରୁବାର ରାଶିଫଳ

ମେଷ:ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ସନ୍ତାନ ସୁଖ ମିଳିବ। ଧନସମ୍ପଦ ଭରପୂର ରହିବ। ସଂଗ୍ରାମୀ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଭୋଜନ ରୁଚିପୂର୍ଣ୍ଣ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତି ହେବ।
ମିଥୁନ:କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ।
କର୍କଟ:ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ପ୍ରାପ୍ତ ହେବେ। ଜଣେ କରିତ୍‌କର୍ମା ହେବେ।
ସିଂହ: ଦୟାଳୁ ସ୍ବଭାବର ହେବେ। କୁଳ ଉଜ୍ଜ୍ବଳକାରୀ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭପ୍ରଦ ହେବ। ଅକ୍ଷୟ ଯଶର ଅଧିକାରୀ ହେବେ। ପାରିବାରିକ ସ୍ନେହ, ସଦ୍ଦିଚ୍ଛା ଭାବ ଜାଗ୍ରତ ରହିବ।
କନ୍ୟା:ଭାଗ୍ୟଶାଳୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପତ୍ନୀ ସୁଶୀଳା ହେବେ।
ତୁଳା: ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିଲେ ବି ସତର୍କ ରହିବା ସହିତ ନିରଳସ ଜୀବନଯାପନ କରିବେ।
ବିଛା:ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ପତ୍ନୀ ପରାମର୍ଶ ଉପାଦେୟ ହେବ। କାର୍ଯ୍ୟରେ ପାରଦର୍ଶୀ ହେବେ।
ଧନୁ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।
ମକର: ତପ ସାଧନାରୁ ବରଦାନ ପାଇପାରନ୍ତି। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ହେବେ। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବେ।
କୁମ୍ଭ:ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଅର୍ଥ ମିଳିବାର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ମୀନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories