www.samajalive.in
Sunday, December 14, 2025
18.1 C
Bhubaneswar

ଆଜି ପଦ୍ମ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ଖ୍ୟାତି ଅର୍ଜନ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ଆଜି ପଦ୍ମ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ କରାଯିବ। ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ମଧ୍ୟରୁ ପଦ୍ମ ପୁରସ୍କାର ଅନ୍ୟତମ। ଏହା ୩ଟି ବର୍ଗରେ ପ୍ରଦାନ କରାଯାଇଆସୁଛି। ସେଗୁଡ଼ିକ ହେଲା ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ।

କଳା, ସାମାଜିକ କାର୍ଯ୍ୟ, ବିଜ୍ଞାନ ଏବଂ ଯାନ୍ତ୍ରିକ, ବାଣିଜ୍ୟ ଏବଂ ଶିଳ୍ପ, ଔଷଧ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଏ। ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ପୁରସ୍କାର ଘୋଷଣା କରାଯାଇଥାଏ। ଗତମାସରେ ରାଷ୍ଟ୍ରପତି ୩ଟି ପଦ୍ମ ବିଭୂଷଣ, ୮ଟି ପଦ୍ମଭୂଷଣ ଏବଂ ୫୫ଟି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଥଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories