www.samajalive.in
Monday, December 15, 2025
16.1 C
Bhubaneswar

ବଜ୍ରାଘାତରେ ଚାଷୀ ମୃତ

ବାଲିଆପାଳ :ଆଜି ସନ୍ଧ୍ୟାରେ ବାଲିଆପାଳ ଅଞ୍ଚଳରେ ଘଡଘଡି ସହିତ ପ୍ରବଳ ବର୍ଷାରେ ଚାଷ ଜମିରୁ ଫେରୁଥିବା ଜଣେ ଚାଷୀର ବଜ୍ରାଘାତ ଯୋଗୁଁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଏହି ବ୍ଲକ ଅନ୍ତର୍ଗତ  ଶ୍ରୀରାମପୁର ଗ୍ରାମର ଶିବ ସେଠୀ (୪୭)। ଶିବ ନିଜର ଚାଷ ଜମିରେ ହୋଇଥିବା ବିରି ଅମଳକରି ନିଜ ଘରକୁ ଫେରୁଥିବା ବେଳେ ବାଲିଆପାଳ ବସ୍ତା ମୁଖ୍ୟ ରାସ୍ତାର ନେପୁରା ଛକ ନିକଟରେ ବଜ୍ରାଘାତର ଶିକାର ହୋଇ ଅଚେତ ହୋଇଯାଇଥିଲେ। ତାଙ୍କୁ ପରିବାର ଲୋକେ ଏବଂ ସ୍ଥାନୀୟଲୋକଙ୍କ ସହାୟତାରେ ବାଲିଆପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆସନ୍ତାକାଲି ମୃତଦେହ ବ୍ୟବଚ୍ଛେଦ ହେବାପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories