www.samajalive.in
Sunday, December 7, 2025
18.1 C
Bhubaneswar

ଉତ୍କଳୀୟ କବି ଶ୍ରୀ ଜୟଦେବଙ୍କର ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଉତ୍କଳୀୟ କବି ଶ୍ରୀ ଜୟଦେବଙ୍କର ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ପାଳିତ ହୋଇଛି। ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ, ଓ ଜୟଦେବ ଫାଉଣ୍ଡେସନ୍ ଟ୍ରଷ୍ଟ ଓ ସାସ୍କୃତିକ ପରିଷଦର ମିଳିତ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମୁଖ୍ୟ ଶାସନ ସଚିବ ଓ ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଡଃ ଅଜିତ କୁମାର ତ୍ରିପାଠୀ ମୁଖ୍ୟ ଅତିଥି, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ ବିଶିଷ୍ଟ ଅତିଥି, ବରିଷ୍ଠ ଗବେଷକ ଡଃ ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ ମୁଖ୍ୟବ୍ୟକ୍ତ ଭାବେ ଯୋଗଦାନ କରିଥିବା ବେଳେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ ସଭାପତିତ୍ୱ କରିଥିଲେ ।

ମୁଖ୍ୟ ଅତିଥି ଡ. ଅଜିତ କୁମାର ତ୍ରିପାଠୀ ଜୟଦେବଙ୍କର ଜନ୍ମପୀଠ ଏବଂ ଗୀତ ଗୋବିନ୍ଦ ଉପରେ ଆଲୋକପାତ କରିଥିଲେ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜୟଦେବ ଏବଂ ତାଙ୍କର କୃତିକୁ ନେଇ ଏକ ଆନ୍ତର୍ଜାତୀୟ ଆଲୋଚନା ଚକ୍ରର ଆୟୋଜନ କରିବା ପାଇଁ ପରାମର୍ଶ ଦେଇଥିଲେ । ବିଭାଗର ନିର୍ଦ୍ଦେଶକ ତାଙ୍କର ସଭାପତିତ୍ୱ ଭାଷଣରେ ଆଜିର ପରିପ୍ରେକ୍ଷୀରେ କବି ଜୟଦେବଙ୍କର ମୂଲ୍ୟବୋଧ ଉପରେ ଆଲୋଚନା କରିଥିଲେ। ନୂତନ ପିଢ଼ି ମଧ୍ୟରେ ଜୟଦେବଙ୍କର ପ୍ରଚାର ପ୍ରସାର କରିବା ପାଇଁ ଆହ୍ୱାନ ଦେଇଥିଲେ । ଯୁଗ୍ମନିର୍ଦ୍ଦେଶକ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ଅତିଥି ପରିଚୟ ସହିତ ବିଭାଗ ପକ୍ଷରୁ ଜୟଦେବ ଜୟନ୍ତୀ ପାଳନର ଆଭିମୁଖ୍ୟ ବ୍ୟାକ୍ଷା କରିଥିଲେ । ମଞ୍ଚ ସଂଚାଳନା କରିଥିଲେ ବିଭାଗୀୟ ଉପ ନିର୍ଦ୍ଦେଶିକା ଶ୍ରୀମତୀ ଶୁଚିସ୍ମିତା ମନ୍ତ୍ରୀ । ଉପ ନିର୍ଦ୍ଦେଶକ ଶ୍ରୀ ଦେବାନନ୍ଦ ବରିହା ଧନ୍ୟବାଦ ଅର୍ପଣ କରିଥିଲେ।

- Advertisement -

ଉତ୍ସବ ଶେଷରେ ଉତ୍କଳ ସଂଗୀତ ମହାବିଦ୍ୟାଳୟ ଦ୍ବାରା କବି ଜୟଦେବ କୃତ ଗୀତଗୋବିନ୍ଦ ଆଧାରିତ ନୃତ୍ୟ ଓ ସଂଗୀତ ପରିବେଷଣ ହୋଇଥିଲା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories