www.samajalive.in
Saturday, December 6, 2025
14.1 C
Bhubaneswar

ମେ ୧୭ରୁ ପୁଣି ଫେରିବ ତାତି

ଭୁବନେଶ୍ବର : ଆଗାମୀ ସପ୍ତାହ କାଳବୈଶାଖୀ ପ୍ରଭାବରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ। କିନ୍ତୁ ମେ’ ୧୭ରୁ ପୁଣି ରାଜ୍ୟକୁ ତାତି ଫେରିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ମେ’ ୧୭ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ପାଇବ। ଚଳିତ ସପ୍ତାହରେ ଉପକୂଳ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଜିଲାଗୁଡିକର କେତେକ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବା ସମ୍ଭାବନା ରହିଛି। କିଛି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୩୦ରୁ ୪୦କି.ମି ରହିବା ସମ୍ଭାବନା ଥିବାରୁ ସେଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ରାଜ୍ୟର ୩ଟି ସହରରେ ପାରଦ ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ନୂଆପଡାରେ ସର୍ବାଧିକ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ମାଲକାନଗିରି ୪୧.୫, ବଲାଙ୍ଗିର ୪୦, ଟିଟିଲାଗଡ ୩୯, ଭୁବନେଶ୍ବର ୩୮.୨ ଏବଂ କଟକରେ ୩୬.୮ ଡିଗ୍ରୀ ରେକର୍ଡ ହୋଇଛି। ବାଲେଶ୍ବର, ଚାନ୍ଦବାଲି, ପାରାଦ୍ବୀପ, ବାରିପଦା, କୋରାପୁଟ, ଦାରିଙ୍ଗବାଡି ଏବଂ ରାୟଗଡାରେ ବର୍ଷା ପବନ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories