କେମିତି କଟିବ ଏ ସପ୍ତାହ, କଣ ରହିଛି ଆପଣଙ୍କ ଭାଗ୍ୟଫଳ: ସାପ୍ତାହିକ ରାଶିଫଳ

ମେଷ:ରବିବାର ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍‌। ସୋମବାର ଓ ମଙ୍ଗଳବାର କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିବେ। ବୁଧବାର ଓ ଗୁରୁବାର ସମ୍ବେଦନଶୀଳ ହେବେ। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ପାଇପାରନ୍ତି। ସୁସମ୍ବାଦ ପ୍ରାପ୍ତିହେବ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟରେ ଲାଭବାନ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।
ବୃଷ:ରବିବାର ସଫଳତା ପ୍ରାପ୍ତି ହେବ। ସୋମବାର ଓ ମଙ୍ଗଳବାର ବିବାଦରେ ପଡ଼ିପାରନ୍ତି। ବୁଧବାର ଓ ଗୁରୁବାର ଦୂରଦେଶକୁ ଯାତ୍ରା କରିପାରନ୍ତି। ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ:ରବିବାର ଅସୁବିଧାରେ ପଡ଼ିପାରନ୍ତି। ସୋମବାର ଓ ମଙ୍ଗଳବାର ଶ୍ରୀଯୁକ୍ତ ହେବେ। ନୂତନ ଜମି କ୍ରୟ କରିପାରନ୍ତି। ବୁଧବାର ଓ ଗୁରୁବାର ପ୍ରଗତିରେ ପଥରୋଧ ହେବ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ପଡ଼ିବେ। ଶୁକ୍ରବାର ଓ ଶନିବାର ସମୟ ଅନୁକୂଳ ରହିବ। ଆୟ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
କର୍କଟ:ରବିବାର ଶତ୍ରୁକୁ ପରାସ୍ତ କରିବେ। ସୋମବାର ଓ ମଙ୍ଗଳବାର ପଡ଼ୋଶୀଙ୍କ ସହିତ ମତଭେଦ ଦେଖାଦେବ। ବୁଧବାର ଓ ଗୁରୁବାର ଯୋଜନା ଅନୁସାରେ କାର୍ଯ୍ୟକରି ସଫଳତା ଲାଭ କରିବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳନ୍ତୁ। ଦ୍ରବ୍ୟ ଚୋରି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହିଂ ଓଁ ମନ୍ତ୍ର ପାଠ କରନ୍ତୁ।
ସିଂହ:ରବିବାର ଆଘାତ ପ୍ରାପ୍ତ ହେବ। ସୋମବାର ଓ ମଙ୍ଗଳବାର ବନ୍ଧୁ ଲାଭ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ମାଲିମକଦ୍ଦମାର ସମ୍ମୁଖୀନ ହେବେ। ଶୁକ୍ରବାର ଓ ଶନିବାର ସ୍ତ୍ରୀଙ୍କ ସହଯୋଗ ଲାଭ କରିବେ। ଶତ୍ରୁକୁ ପରାଜିତ କରିବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଭଟ୍ଟାରିକାଷ୍ଟକ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
କନ୍ୟା: ରବିବାର ସନ୍ତାନ ହେତୁକ ସମସ୍ୟା ଦୂରହେବ। ସୋମବାର ଓ ମଙ୍ଗଳବାର ମାନସିକ ଅବସାଦ ଦେଖାଦେବ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ବୁଧବାର ଓ ଗୁରୁବାର ସାମାଜିକ ପ୍ରତିଷ୍ଠା ଲାଭ ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ଦାମ୍ପତ୍ୟରେ କଳହ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
ତୁଳା:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ଶତ୍ରୁ ପରାସ୍ତ ହେବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ପ୍ରତିକୂଳ ସମୟ ଦେଇ ଗତି କରିବେ। ଅର୍ଥ ହାନି ହୋଇପାରେ। ଶୁକ୍ରବାର ଓ ଶନିବାର ବନ୍ଧୁ ସହଯୋଗ ପ୍ରାପ୍ତିହେବ। ନୂତନ କାର୍ଯ୍ୟ ଆରମ୍ଭ କରିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବସ୍ତୋତ୍ର ପାଠ କରନ୍ତୁ।
ବିଛା:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରତିଷ୍ଠା ପାଇବେ। ଧାର୍ମିକ ଚିନ୍ତାଧାରାଯୁକ୍ତ ହେବେ। ନୂତନ ଦ୍ରବ୍ୟ ଲାଭ ହେବ। ବୁଧବାର ଓ ଗୁରୁବାର ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବା ଆବଶ୍ୟକ ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ମନ୍ତ୍ର ଜପ କରନ୍ତୁ।
ଧନୁ:ରବିବାର କର୍ମକ୍ଷେତ୍ରରେ ଦ୍ବନ୍ଦ୍ବ ଦେଖାଦେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ପ୍ରତିଯୋଗିତାରେ ବିଜୟୀ ହେବେ। ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଉଦ୍ୟମେ କାର୍ଯ୍ୟ ସିଦ୍ଧି ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।
ମକର: ରବିବାର ପରୋପକାରୀ ହେବେ। ସୋମବାର ଓ ମଙ୍ଗଳବାର ସମୟ ଆପଣଙ୍କ ସପକ୍ଷରେ ଯିବନାହିଁ। ପାରିବାରିକ ଅଶାନ୍ତି ଦେଖାଦେବ। ବୁଧବାର ଓ ଗୁରୁବାର ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ଆୟ ମଧ୍ୟମ ରହିବ। ଲାଭବାନ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ ଓ ଶିବଙ୍କୁ ଜଳ ଅର୍ପଣ କରନ୍ତୁ।
କୁମ୍ଭ:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଧୈର୍ଯ୍ୟ ଆପଣଙ୍କ ଭୂଷଣ ହେବ। କାର୍ଯ୍ୟରେ ପଦୋନ୍ନତି ମିଳିପାରେ। ବୁଧବାର ଓ ଗୁରୁବାର ସାମାନ୍ୟ ଅସାବଧାନତା ହେତୁ ବିପଦରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ସମସ୍ୟାର ମୁକ୍ତି ପାଇଁ ଚେଷ୍ଟା କରିବେ। ଧାର୍ମିକ ଚିନ୍ତାଧାରାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ମୀନ:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ବ୍ୟବସାୟରେ ଲାଭବାନ ହେବେ। ସମ୍ବେଦନଶୀଳ ହେବେ। ବୁଧବାର ଓ ଗୁରୁବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ସାମାନ୍ୟ ତ୍ରୁଟି ହେତୁ ଭର୍ତ୍ସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟ ଖଣ୍ଡନ ପାଇଁ ସ୍କନ୍ଦ କବଚ ପାଠ କରନ୍ତୁ।

Comments are closed.