www.samajalive.in
Monday, December 8, 2025
27.1 C
Bhubaneswar

ଭୋଟ ଦେଉଛି ଓଡ଼ିଶା: ଇଭିଏମ ତ୍ରୁଟି ଥିବା ସ୍ଥାନରେ ଅତିରିକ୍ତ ଇଭିଏମ୍‌‌ ବ୍ୟବସ୍ଥା କରାଯାଉଛି

ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ -୨୦୨୪ର ଚତୁର୍ଥ ପର୍ୟ୍ୟାୟ ପାଇଁ ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏସବୁ ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି । ଏହି ଅବସରରେ ସଂପୂର୍ଣ୍ଣ ଉତ୍ସାହ ମଧ୍ୟରେ ଭୋଟ ଦେଉଛି ଓଡ଼ିଶା ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମତ ପ୍ରକାଶ କରିଛନ୍ତି । ଏହି ଚାରି ସଂସଦୀୟ କ୍ଷେତ୍ରରେ ୭୩୦୩ ମତଦାନ କେନ୍ଦ୍ରରେ ଲୋକେ ମତଦାନ କରୁଛନ୍ତି । ଯେଉଁ ଯେଉଁ ସ୍ଥାନରେ ଇଭିଏମ୍ ରେ ତ୍ରୁଟି ଦେଖା ଦେଇଛି ସବୁ ସ୍ଥାନରେ ତୁରନ୍ତ ୩୦ ମିନିଟ୍ ମଧ୍ୟରେ ଅତିରିକ୍ତ ଇଭିଏମ୍ ର ବ୍ୟବସ୍ଥା କରାଯାଉଛି । ତେଣୁ ବ୍ୟସ୍ତ ନହୋଇ ସଂପୂର୍ଣ୍ଣ ଶାନ୍ତି ଶୃଙ୍ଖଳା ମଧ୍ୟରେ ମତଦାନ କରିବା ପାଇଁ ଶ୍ରୀ ଧଳ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ମାଲାକାନଗିରିର ସ୍ବାଭିମାନ ଅଂଚଳରେ ସାଧାରଣ ନିର୍ବାଚନ-୨୦୧୯ରେ ବିଏସ୍ଏଫ୍ କ୍ୟାମ୍ପରେ ମତଦାନ କରିଥିବା ଲୋକେ ଏଇଥର ନିଜ ନିଜ ବୁଥ ରେ ମତଦାନ କରୁଛନ୍ତି । ଅନ୍ୟ ସମସ୍ତ ଅଂଚଳରେ ମଧ୍ୟ ସମସ୍ତେ ମତଦାନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ରାଜ୍ୟ ପୁଲିସ ନୋଡାଲ ଅଧିକାରୀ ଶ୍ରୀ ସଂଜୟ କୁମାର ସଂପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଚାଲିଥିବା ନେଇ ସୂଚନା ଦେଇଛନ୍ତି ।

 

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories