www.samajalive.in
Tuesday, December 9, 2025
16.1 C
Bhubaneswar

ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀଙ୍କ ୭୨ବର୍ଷ ବୟସରେ ପରଲୋକ

ପାଟନା: ବିଜେପିର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ଏବଂ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦୀଙ୍କ ୭୨ବର୍ଷ ବୟସରେ ପରଲୋକ ହୋଇଯାଇଛି। କର୍କଟ ରୋଗରେ ଆକ୍ରାନ୍ତ ହୋଇ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ଦୀର୍ଘ ଏକ ମାସ ଧରି ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଆସନ୍ତାକାଲି ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ଆଜି ତାଙ୍କ ବିୟୋଗରେ ବହୁ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ବିଜେପିର ଜଣେ ଟାଣୁଆ ନେତା ହିସାବରେ ତାଙ୍କର ବେଶ ଦବଦବା ରହିଛି। ଅସୁସ୍ଥତା କାରଣରୁ ସେ ଏଥର ନିର୍ବାଚନ ଠାରୁ ନିଜକୁ ଦୂରେଇ ରଖିଥିଲେ। ୨୦୦୪ରେ ଲୋକସଭା ଏବଂ ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୩୩ ବର୍ଷର ରାଜନୈତିକ କ୍ୟାରିୟର ମଧ୍ୟରେ ସେ ରାଜ୍ୟସଭା, ବିଧାନସଭା ଏବଂ ବିଧାନ ପରିଷଦ ସମେତ ସମସ୍ତ ୪ଟି ଗୃହର ସଦସ୍ୟ ରହିଥିଲେ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories