www.samajalive.in
Monday, December 8, 2025
13.1 C
Bhubaneswar

ଦୁର୍ଘଟଣାରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ

ମାଲକାନଗିରି: ନିର୍ବାଚନ କାର୍ଯ୍ୟ ସାରି ଫେରୁଥିବାବେଳେ ଦୁର୍ଘଟଣାରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ ଘଟିଛି। ମୃତକ ଖଇରପୁଟ ମୁଦୁଲିପଡା ପଂଚାୟତ ବନ୍ଧଗୁଡା ର ଇନ୍ଦ୍ରଜିତ କିର୍ସାନୀ ବୋଲି ଜଣାପଡିଛି। ନିର୍ବାଚନ କାମସାରି ଫେରୁଥିବାବେଳେ ଇନ୍ଦ୍ରଜିତଙ୍କ ବାଇକକୁ ଏକ ଘରୋଇ ବସ୍ ଧକ୍କା ଦେଇଥିଲା। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ଓ ସାଥି ଶିକ୍ଷକ ମାନେ ଇନ୍ଦ୍ରଜିତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ଆଣିବା ପରେ ମାଥିଲି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।  ଇନ୍ଦ୍ରଜିତ ମାଲକାନଗିରି ନିର୍ବାଚନ ମଣ୍ଡଳୀ ୧୨୨ ନମ୍ବର ବୁଥ ରେ ପ୍ରିଜାଇଡିଂ ଅଫିରଭାବେ ନିୟୋଜିତ ଥିଲେ।  ସୋମବାର ମତଦାନ କାର୍ଯ୍ୟ ଶେଷ କରି ଆଜି ସକାଳୁ ନିଜ ଘର ଖଇରପୁଟ ବ୍ଲକ ଖୁରିଗୁଡା ଗାଁକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି।  ସେପଟେ  ଦୁର୍ଘଟଣା ଘଟାଇଥିବା ଘରୋଇ ବସ କୁ ମାଲକାନଗିରି ପୁଲିସ୍ ଅଟକ ରଖି ପଚରା କରୁଛି ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories