www.samajalive.in
Saturday, December 6, 2025
15.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୬ ଯାତ୍ରୀ ମୃତ

ହାପୁଡ : ଉତ୍ତରପ୍ରଦେଶର ହାପୁଡ ଜିଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ଏକ କାର୍ ଭାରସାମ୍ୟ ହରାଇ ଏକ ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଛଅ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କାରର ଟାୟାର ଫାଟିଯିବାରୁ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି।

ଅଧିକ ଫୋନ୍ ବ୍ୟବହାର କଲେ ଗୋଡାଇ ଗୋଡାଇ ମାରିବ ଷଣ୍ଢ ; ବିଶ୍ୱାସ ନ ହେଲେ ଦେଖନ୍ତୁ ଭିଡିଓ..


ସୂଚନା ଯୋଗ୍ୟ, ହାପୁଡ ଜିଲାରେ ୯ ନମ୍ବର ଜାତୀୟ ରାଜପଥରେ ଅଲ୍ଲାବାକ୍ସପୁର ଟୋଲ ପ୍ଲାଜା ନିକଟରେ ଏକ କାର୍ ଭାରସାମ୍ୟ ହରାଇ ଡିଭାଇଡରକୁ ଧକ୍କା ଦେବା ପରେ ଅନ୍ୟପଟ ରାସ୍ତାକୁ ପଳାଇଥିଲା। ଏହାପରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାରରେ ଥିବା ୭ ଜଣ ଲୋକେ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୬ ଜଣଙ୍କୁ ମୃତ ଘୋଷଣା କରିଥିଲେ। ସୋମବାର ରାତି ୧୨ଟାରେ ଏହି ଦୁର୍ଘଟଣା ଘଟିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories