www.samajalive.in
Tuesday, December 9, 2025
15.1 C
Bhubaneswar

ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ

ବୌଦ୍ଧ: ବୌଦ୍ଧଥାନା ବଘିଆପଡା ଫାଣ୍ଡି ଅଞ୍ଚଳରେ ଜଙ୍ଗଲ ମଧ୍ୟରେ ଚୋରା ଚାଲାଣ ପାଇଁ ବିପୁଳ ପରିମାଣର ଗଞ୍ଜେଇ ରଖାଯାଇଥିବାବେଳେ ଜିଲା ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି। ମିଳିଥିବା ସୂଚନା ମୁତାବକ ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ଯାଗାରେ ଚଢାଉ ଜାରି ରହିଥିବାବେଳେ ବଘିଆପଡା ଫାଣ୍ଡି ଅନ୍ତର୍ଗତ ଆଙ୍କୁନ ଓ ସାନବବଡା ଜଙ୍ଗଲରେ ଚୋରା ଚାଲାଣ ପାଇଁ ବିପୁଳ ପରିମାଣର ଗଞ୍ଜେଇ ଗଛିତ ଥିବା ସୂଚନା ପାଇଁ ଚଢାଉ କରାଯାଇଥିଲା।

ଆଙ୍କୁନ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୫୧୫ କିଲୋ ଓ ସାନବବଡା ନକଟସ୍ଥ ଜଙ୍ଗଲରୁ ୫୬୦ କିଲୋ ଗଂଜେଇ ଜବତ କରାଯିବା ସହିତ ଦୁଇଟି ବାଇକ୍ ( ଓଡି ୩୧- ୯୫୭୨/ ଓଡି ୨୭ ବି ୬୨୪୫) କୁ ଅବକାରୀ ବିଭାଗ ଜବତ କରିଥିବା ଜଣାଯାଇଛି। ଚାଲାଣକାରୀମାନେ ଫେରାର ହୋଇଯାଇଥିବାବେଳେ ଏ ସଂପର୍କରେ ତଦନ୍ତ ଚାଲିଥିବା ଜିଲା ଅବକାରୀ ଅଧିକ୍ଷକ ଶାନ୍ତିଲତା ମାରାଣ୍ଡି ସୂଚନା ଦେଇଛନ୍ତି। ଜବତ ଗଂଜେଇର ଆନୁମାନିକ ମୂଲ୍ୟ ୧ କୋଟି ୭୫ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହି ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଇନିସପେକ୍ଟର(ମୋବାଇଲ) ପ୍ରମୋଦ କୁମାର ବଣୁଆ,ସବଇନିସପେକ୍ଟର ସତ୍ୟନାରାୟଣ ପ୍ରଧାନ,ଏଏସଆଇ ଅସିତ କୁମାର ପ୍ରଧାନ,ପ୍ରିୟରଂଜନ କହଁର ଓ ରେଣୁପ୍ରିୟା ଦେହୁରୀଙ୍କ ସମେତ ଅବକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories