www.samajalive.in
Saturday, December 6, 2025
14.1 C
Bhubaneswar

ଚତୁର୍ଥ ପର୍ଯ୍ୟାୟ ପାଇଁ ସରିଲା ନାମାଙ୍କନପତ୍ର ଦାଖଲ: ଆଜି ଯାଞ୍ଚ ହେବ ପ୍ରାର୍ଥିପତ୍ର

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ଏବଂ ଦେଶର ସାମଗ୍ରିକ ଭାବେ ସପ୍ତମ ପର୍ଯ୍ୟାୟ ନିମନ୍ତେ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ ସରିଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ଯାଜପୁର ସଂସଦୀୟ କ୍ଷେତ୍ର ସହିତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର ଓ ନିମାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଜୁନ ୧ରେ ହେବାକୁ ଯାଉଛି। ଆଜି ନାମାଙ୍କନପତ୍ର ଯାଞ୍ଚ ତାରିଖ ଥିବାବେଳେ ମେ’ ୧୭ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories