www.samajalive.in
Sunday, December 7, 2025
16.1 C
Bhubaneswar

ସାକ୍ଷୀଗୋପାଳ ମନ୍ଦିରର ବରିଷ୍ଠ ସେବାୟତଙ୍କୁ ଆକ୍ରମଣ

ପୁରୀ: ପୁରୀ ସାକ୍ଷୀଗୋପାଳ ମନ୍ଦିରରେ ବରିଷ୍ଠ ସେବାୟତଙ୍କୁ ଆକ୍ରମଣ। ବରିଷ୍ଠ ସେବାୟତ ତଥା ପୂର୍ବତନ ସମ୍ପାଦକ କିଶୋର ଚନ୍ଦ୍ର ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମଙ୍ଗଳବାର ଜାଗେଶ୍ୱରୀ ମଣ୍ଡପରେ ସାକ୍ଷୀଗୋପାଳ ମନ୍ଦିର ସେବାୟତ ସଂଘର ବୈଠକ ବସିଥିଲା। ଅଣସେବାୟତ କିଭଳି ଭାବରେ ମନ୍ଦିରରେ ସେବା ପୂଜା କରୁଛନ୍ତି, ତାକୁ ନେଇ କିଶୋର ବୈଠକରେ ଆପତ୍ତି ଉଠାଇଥିଲେ। ଯାହାକୁ ନେଇ ସେବାୟତ କୃଷ୍ଣଚନ୍ଦ୍ର ମହାପାତ୍ର ଓ ତାଙ୍କ ଭାଇ କୀର୍ତ୍ତି ରଞ୍ଜନ ମହାପାତ୍ରଙ୍କ ସହ କିଶୋରଙ୍କର ବଚସା ହୋଇଥିଲା। ଯେଉଁଥିରେ ଉତକ୍ଷିପ୍ତ ହୋଇ କୃଷ୍ଣଚନ୍ଦ୍ର ଏବଂ କୀର୍ତ୍ତି କିଶୋରଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ କିଶୋରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଭାପତି ଏବଂ ସମ୍ପାଦକଙ୍କ ଉପସ୍ଥିତିରେ କିଶୋରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ପୁଲିସ୍ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories