www.samajalive.in
Friday, December 5, 2025
17.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା’ଙ୍କର ପରଲୋକ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମାଆଙ୍କର ପରଲୋକ ଘଟିଛି। ଆଜି ସକାଳ ୯ଟା ୨୮ ମିନିଟ୍‌ରେ ମାଧବୀ ରାଜେ ଦିଲ୍ଲୀ ଏମ୍ସରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ନିମୋନିଆ ସହ ସେସ୍ପିସରେ ପୀଡିତ ହୋଇ ସେ ଚିକିତ୍ସିତ ହେଉଥିଲେ । ୩ ମାସ ହେବ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ତାଙ୍କ ଚିକିତ୍ସା ଜାରି ରହିଥିଲା। ହେଲେ କିଛି ଦିନ ହେବ ତାଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭେଣ୍ଟିଲେଟରରେ ରଖି ଚିକିତ୍ସା କରାଯାଉଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ଅନ୍ତିମ ସଂସ୍କାର ପାଇଁ ତାଙ୍କ ପାର୍ଥୀବ ଶରୀରକୁ ମଧ୍ୟପ୍ରଦେଶ ନିଆଯିବାର ସୂଚନା ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories