www.samajalive.in
Tuesday, December 9, 2025
15.1 C
Bhubaneswar

ଖଲ୍ଲିକୋଟ ହିଂସା: ଚାଲିଗଲା ଜଣଙ୍କର ଜୀବନ, ଥାନା ଆଗରେ ରାସ୍ତାରୋକ

ଖଲ୍ଲିକୋଟ : ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣସରଣପୁର ଗାଁରେ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବୁଧବାର ରାତିରେ ବିଜେଡି ଓ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ବିଜେପିର ୪ ଜଣ କର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତରଙ୍କୁ ତୁରନ୍ତ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଗୁରୁତରଙ୍କ ମୃତ୍ୟୁକୁ ନେଇ ଥାନା ଆଗରେ ରାସ୍ତାରୋକ କରାଯାଇଛି। ଫଳରେ ଖଲ୍ଲିକୋଟରୁ ଭୁବନେଶ୍ଵରକୁ ଯାତାୟାତ ପ୍ରଭାବିତ ହୋଇଛି। ସୂଚନା ଅନୁସାରେ ବୁଧବାର ରାତିରେ ବିଜେପି କର୍ମୀମାନେ ଶ୍ରୀକୃଷ୍ଣ ସରଣପୁର ଗାଁର ରାମ ପାହାନଙ୍କ ପୁଅ ଦିଲୀପ, ଜିତେନ୍ଦ୍ର, ବାପୁଜୀ ଓ ବ୍ରଜଙ୍କ ପୁଅ ଅଭିମନ୍ୟୁ ବିଜେପି ପୋଷ୍ଟର ମାରୁଥିବାବେଳେ ବିଜେଡି କର୍ମୀମାନେ ପ୍ରତିବାଦ କରିଥିଲେ। ଫଳରେ ଉଭୟ ଦଳର କର୍ମୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଖଣ୍ଡା ଆକ୍ରମଣରେ ୪ଜଣ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରୁ ଦିଲୀପ ଓ ଜିତେନ୍ଦ୍ରଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ଆଜି ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories