www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଫୁଲବାଣୀ ଆସୁଛନ୍ତି ମଲ୍ଲିକାର୍ଜୁନ ଖଡଗେ

ଫୁଲବାଣୀ: ଆଜି ଫୁଲବାଣୀ ଆସୁଛନ୍ତି କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ଗୁଦାରୀ ଏୟାରଷ୍ଟ୍ରିପରେ ଅପରାହ୍ନ ୩.୩୦ରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ କରୋନେସନ ପଡିଆରେ ପହଂଚି ଏକ ଜନସଭାକୁ ସମ୍ବୋଧିତ କରିବେ ଖଡଗେ। ଖଡଗେଙ୍କ ସହ ତେଲେଙ୍ଗାନା ଉପ ମୂଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନଙ୍କ ନିର୍ବାଚନୀ କାର୍ଯ୍ୟକ୍ରମ ନେଇ ଫୁଲବାଣୀରେ ରାଜନୈତିକ ମାହୋଲ ସରଗରମ ହୋଇଛି।

କଂଗ୍ରେସ ପକ୍ଷରୁ ଖଡଗେଙ୍କ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। କାର୍ଯ୍ୟକ୍ରମରେ କନ୍ଧମାଳ ଲୋକସଭା ସାଂସଦ ପ୍ରାର୍ଥୀଙ୍କ ସମେତ ସମସ୍ତ ସାତଟି ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ଯୋଗ ଦେବେ। କନ୍ଧମାଳର ସମସ୍ତ ଆସନରେ ଦଳ ବିଜୟୀ ହେବ ବୋଲି ସେ କହିଛନ୍ତି ପିସିସି ସଭାପତି। ଜିଲ୍ଲା ସଭାପତି ଚନ୍ଦ୍ର ଶେଖର ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅଖିଳ ଭାରତୀୟ କଂଗ୍ରେସ କମିଟି ସମ୍ପାଦକ ସହାନବାଜ୍ ହୁସେନ ଚୌଧୁରୀ, କନ୍ଧମାଳ ଲୋକସଭା କ୍ଷେତ୍ର ପ୍ରଭାରୀ କୁନାଲ ବାନାର୍ଜୀ, ପୂର୍ବତନ ଜିଲ୍ଲା ସଭାପତି ଅନାମ ନାୟକ,ଯୁବ କଂଗ୍ରେସ ସଭାପତି ଚନ୍ଦନ ପଣ୍ଡା, ବସନ୍ତ ପାଢ଼ୀ, ନନ୍ଦ କିଶୋର ଦାସ, ଗୌର ଚରଣ ବେହେରା, ବଳଦେବ ବେହେରା, ପ୍ରେମ୍ ଚାନ୍ଦ ତ୍ରିପାଠୀ ପ୍ରମୂଖ ଉପସ୍ଥିତ ଥିଲେ। ଅନ୍ୟ ପକ୍ଷରେ ଖଡଗେଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଦର ଏସଡିପିଓ ସୁପ୍ରସନ୍ନ ମଲିକଙ୍କ ତତ୍ତ୍ୱାବଧାନରେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା ନେଇ ତଦାରଖ କରାଯାଇଛି।

- Advertisement -

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories