www.samajalive.in
Thursday, December 11, 2025
26.1 C
Bhubaneswar

ଆଇରନ୍ ବଟିକା ଖାଇ ୪୫ ଜଣ ଛାତ୍ରଛାତ୍ରୀ ଅସୁସ୍ଥ

ବଲାଙ୍ଗିର: ଆଇରନ୍ ବଟିକା ଖାଇ ସ୍କୁଲ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଅଭିଯୋଗ ହୋଇଛି । ବଲାଙ୍ଗିର ଜିଲା ବେଲପାହଡ ବ୍ଳକ୍ ଥୁଡି ବାହାଲ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ପ୍ରାୟ ୪୫ ଜଣ ଛାତ୍ରଛାତ୍ରୀ ଆଇରନ୍ ବଟିକା ଖାଇ ଅସୁସ୍ଥ ହୋଇ ପଡିଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗୁରୁତରମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ଏବଂ ଅନ୍ୟମାନେ ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି । ଗତକାଲି ବିଦ୍ୟାଳୟରେ ଆଇରନ୍ ବଟିକା ବଣ୍ଟନ କରାଯାଇଥିଲା । ଏହି ବଟିକାକୁ ଖାଇଲା ପରେ ଗତକାଲି ରାତିରେ ହଠାତ୍ ପିଲାଙ୍କ ସ୍ବାସ୍ଥ୍ୟାବସ୍ଥା ଖରପ ହୋଇ ଯାଇଥିଲା। ସେମାନଙ୍କ ମୁଣ୍ଡା ବୁଲାଇବା ସହ ବାନ୍ତି ମଧ୍ୟ ହୋଇଥିଲା। ଏହାକୁ ନେଇ ଅଭିଭାବକ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories