www.samajalive.in
Thursday, December 11, 2025
18.1 C
Bhubaneswar

ମେ’ ୨୦ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ଗଞ୍ଜାମରେ ମୁତୟନ ହେବେ ୨୦ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ

ଭୁବନେଶ୍ବର: ଗଞ୍ଜାମ ଜିଲାରେ ନିର୍ବାଚନୀ ହିଂସା ବୃଦ୍ଧିକୁ ଦୃଷ୍ଟିରେ ରଖି ମେ’ ୨୦ରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ନିର୍ଦେଶ ଦେଇଛନ୍ତି। ଏହି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ(ସିଏପିଏଫ) ଗଞ୍ଜାମ ଜିଲାର ବିଭିନ୍ନ ବୁଥରେ ମୁତୟନ ହେବେ । ସେମାନଙ୍କୁ ରିଜର୍ଭ ଫୋର୍ସ କିମ୍ବା ଷ୍ଟ୍ରାଇକିଂ ଫୋର୍ସ ଭାବେ ନିୟୋଜିତ ନକରିବା ପାଇଁ  ଗଞ୍ଜାମ ଜିଲ୍ଲାପାଳଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଞ୍ଜାମ ଜିଲାରେ ୨୦ କମ୍ପାନୀ ସିଏପିଏଫ ମୁତୟନ ପାଇଁ ଅନୁମୋଦନ କରିଛନ୍ତି। ଆସନ୍ତ ମେ’ ୨୦ ତାରିଖରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ଗଞ୍ଜାମ ଜିଲାର ୮ଟି ବିଧାନଭା ନିର୍ବାଚନ ମଣ୍ଡଳୀରେ ଶାନ୍ତିଶୃଙ୍ଖଳା ମଧ୍ୟରେ ନିର୍ବାଚନ ପରିଚାଳନା ପାଇଁ ଏହି ୨୦ କମ୍ପାନୀ ସିଏପିଏଫ ନିୟୋଜିତ ହୋଇଛନ୍ତି। ଉକ୍ତ କମ୍ପାନୀ ସିଏପିଏଫକୁ ରିଜର୍ଭ ଫୋର୍ସ କିମ୍ବା ଷ୍ଟ୍ରାଇକିଂ ଫୋର୍ସ ରୂପେ ନିୟୋଜିତ ନ କରି ବିଭିନ୍ନ ବୁଥରେ ମୁତୟନ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସ୍ପଷ୍ଟ ଭାବରେ ଜିଲା ନିର୍ବାଚନ ଅଧିକାରୀ ତଥା ଗଞ୍ଜାମ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories