www.samajalive.in
Saturday, December 6, 2025
26.1 C
Bhubaneswar

ଭୁବନେଶ୍ବରରେ ନବୀନଙ୍କ ରୋଡ ଶୋ:, କହିଲେ ଜୁଲାଇରୁ ମିଳିବ ମାଗଣା ବିଜୁଳି, ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିଲେ ଆଶୀର୍ବାଦ

ଭୁବନେଶ୍ବର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀ ଭୁବନେଶ୍ୱରରେ ପ୍ରାୟ ଅଢ଼େଇ ଘଣ୍ଟା ଧରି ରୋଡ୍ ଶୋ’ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଛନ୍ତି । ସନ୍ଧ୍ୟା ପ୍ରାୟ ୬ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ ଗଙ୍ଗନଗର ଛକରୁ ଆରମ୍ଭ ହୋଇଥିଲା । ମୁଖ୍ୟମନ୍ତ୍ରୀ ଲୋକଙ୍କୁ ହାତ ହଲାଇ ଅଭିବାଦନ ଜଣାଇବା ସହ ସମ୍ବୋଧିତ କରିଥିଲେ ।

ନବୀନଙ୍କ ରୋଡ୍ ଶୋ’ ଗଙ୍ଗନଗର ଛକରୁ ଏଲଆଇସି ଅଫିସ ଛକ-ଗୋପବନ୍ଧୁ ଛକ-୮ ନମ୍ବର ଡିଏଭି ସ୍କୁଲ ଛକ- ବେହେରା ସାହି ଛକ-କଳିଙ୍ଗ ଷ୍ଟାଡ଼ିୟମ ଛକ-ଜୟଦେବ ଛକ-ଆଚାର୍ଯ୍ୟ ବିହାର ଛକ-ବାଣୀବିହାର ଛକ-ସତ୍ୟନଗର- ମାଷ୍ଟରକ୍ୟାଣ୍ଟି -ରାଜମହଲ ଛକ ଦେଇ ଶିଶୁଭବନ ଛକ ପର୍ଯ୍ୟନ୍ତ ଚାଲିଥିଲା । ବିଭିନ୍ନ ସ୍ଥାନରେ ନବୀନଙ୍କ ରୋଡ୍ ଶୋ’କୁ ଦଳୀୟ କର୍ମୀ ଓ ସମର୍ଥକମାନେ ସ୍ୱାଗତ କରିଥିଲେ ।

- Advertisement -

ନବୀନ କିଛି ସ୍ଥାନରେ କର୍ମୀ ଓ ସମର୍ଥକଙ୍କୁ ସମ୍ବୋଧନ କରି ଶଙ୍ଖ ଚିହ୍ନରେ ଭୋଟ୍ ଦେବାକୁ ଅପିଲ୍ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୁଲାଇ ମାସରୁ ବିଜୁଳି ବିଲ ମାଗଣା ହେବ । ସମସ୍ତଙ୍କ ଲାଗି ବିଏସକେୱାଇ ଲାଗୁ ହେବ। ବିଜେଡିର ସାଂସଦ  ଓ ବିଧାୟକ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ। ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ ବୋଲି କହିବା ସହ ଅପାଣମାନେ ଭଲ ଅଛନ୍ତି ଓ ଆପଣମାନେ ଖୁସି ତ ବୋଲି ପଚାରିଥିଲେ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories