www.samajalive.in
Saturday, December 13, 2025
21.1 C
Bhubaneswar

ମତଦାନ ପାଇଁ ଶପଥ ପାଠ, ପୋଷ୍ଟାଲ ବାଲଟ ମାଧ୍ୟମରେ ଭୋଟ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ କରାଯିବ। ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୋଇ ମତଦାନ କରିବା ପାଇଁ ଜିଲାସ୍ତରରେ ଶପଥ ପାଠ ଅନୁଷ୍ଠିତ ହୋଇଛି । ଜିଲାପାଳ ଚଞ୍ଚଳ ରାଣାଙ୍କ ପରାମର୍ଶ ଅନୁଯାୟୀ ବିଭିନ୍ନ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ନିଜର ମତାଧିକାର ସାବ୍ୟସ୍ତ କରି ଦେଶର ଗଣତାନ୍ତ୍ରିକ ପରମ୍ପରାର ମର୍ଯ୍ୟାଦା ବଜାୟ ରଖିବା ନିମନ୍ତେ ସଂକଳ୍ପ ନେଇଛନ୍ତି ।

ଏହି ମର୍ମରେ ଜିଲାପାଳଙ୍କ ନେତୃତ୍ୱରେ ବିଭିନ୍ନ କାର୍ଯ୍ୟାଳୟର ଅଧିକାରୀଙ୍କ ନେତୃତ୍ୱରେ କର୍ମଚାରୀମାନେ ଏହି ଶପଥ ପାଠରେ ସାମିଲ ହୋଇଥିଲେ । ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଖୋର୍ଦ୍ଧା ଅତିରିକ୍ତ ଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଭୁବନେଶ୍ୱର ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ଭୁବନେଶ୍ୱର ଉପଜିଲାପାଳ ଚିନ୍ମୟ ଆଚାର୍ଯ୍ୟ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ ।

- Advertisement -

ଏଥି ସହ ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିବା ପାଇଁ ଜାରି ପ୍ରକ୍ରିୟା ଆଜି ତୃତୀୟ ଦିନରେ ପହଞ୍ଚିଛି । ୮୫ ବର୍ଷ ବୟସରୁ ଊଦ୍ଧ୍ୱ ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ନିଜ ଘରେ ରହି ଭୋଟ ଦେଇଥିବାବେଳେ ନିର୍ବାଚନ ସଂପର୍କିତ ଅତ୍ୟାବଶ୍ୟକୀୟ ସେବା ପ୍ରଦାନରେ ନିୟେଜିତ ବ୍ୟକ୍ତିବିଶେଷ ମଧ୍ୟ ପୋଷ୍ଟାଲ ବାଲାଟରେ ମତାଧିକାର ସାବ୍ୟସ୍ତ କରିଛନ୍ତି ।

ଏହି ମର୍ମରେ ନିର୍ବାଚନ ଦାୟିତ୍ୱରେ ନିୟୋଜିତ ଅଧିକାରୀ, କର୍ମଚାରୀ, ପୁଲିସ କର୍ମଚାରୀ ଏବଂ ଗଣମାଧ୍ୟମର ପ୍ରତିନିଧିମାନେ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେଇଛନ୍ତି। ଜିଲାରେ ଆସନ୍ତା ୨୫ ତାରିଖରେ ମତଗ୍ରହଣ କରାଯିବ ଓ ଜୁନ୍‌ ୪ ତାରିଖରେ ଭୋଟ ଗଣନା ହେବ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories