www.samajalive.in
Sunday, December 14, 2025
26.1 C
Bhubaneswar

ସଖି ବୁଥରେ ମହିଳା ପୋଲିଂ ଏଜେଣ୍ଟ ଦେବା ଉପରେ ଗୁରୁତ୍ୱାରୋପ, ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅନୁରୋଧ

ଭୁବନେଶ୍ୱର: ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ନିର୍ବାଚନ ଅଧତିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଏକ ବୈଠକ କରିଥିଲେ। ବୈଠକ ପ୍ରାରମ୍ଭରେ ମୁଖ୍ୟ ନିର୍ବାଚନ ଅଧିକାରୀ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ସ୍ୱାଗତ ଜଣାଇବା ସହ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହା ଅଧିନରେ ଥିବା ୨୮ଟି ବିଧାନସଭା କ୍ଷେତ୍ରରେ ଉତ୍ସାହ ମଧ୍ୟରେ ହୋଇଥିବା ମତଦାନ ବିଷୟରେ ସୂଚିତ କରିଥିଲେ। ଏହି ପର୍ଯ୍ୟାୟରେ ହାରାହାରି ମତଦାନ ହାର ୭୫.୬୮ ପ୍ରତିଶତ ଥିବାରୁ ମୁଖ୍ୟ ନିର୍ବାଚନ ଅଧିକାରୀ ସନ୍ତୋଷ ବ୍ୟକ୍ତ କରିଥିଲେ। ସ୍ୱାଭିମାନ ଅଞ୍ଚଳଠୁ ଆରମ୍ଭ କରି ବିଭିନ୍ନ ଅଞ୍ଚଳରେ କିପରି ସବୁବର୍ଗର ମତଦାତାମାନେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଥିଲେ ଶ୍ରୀ ଧଳ ସେ ବିଷୟରେ ଅବଗତ କରାଇଥିଲେ।

ଏହି ଅବସରରେ ଗଞ୍ଜାମ ଜିଲା ଖଲିକୋଟଠାରେ ହୋଇଥିବା ପ୍ରାକ ନିର୍ବାଚନୀ ହିଂସା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଚିନ୍ତା ପ୍ରକଟ କରିଥିଲେ। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ ଏବଂ କୌଣସି ପ୍ରକାରର ଆଇନଶୃଙ୍ଖଳା ପରିସ୍ଥିତିକୁ ବରଦାସ୍ତ କରାଯିବ ନାହିଁ ବୋଲି ସ୍ପଷ୍ଟ ଭାବରେ ପ୍ରକାଶ କରିଥ#ଲୋ ଏହି ବିଷୟରେ ଭାରତ ନିର୍ବାଚନ ଆୟୋଗ ଉଦବେଗ ପ୍ରକାଶ କରିଥିବା ଜଣାଇଥିଲେ। ଏହି ଅବସରରେ ଶାନ୍ତିଶୃଙ୍ଖଳାସହିତ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ଗଣତନ୍ତ୍ରର ମହାପର୍ବରେ ସାମିଲ ହେବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତଙ୍କୁ ଅନୁରୋଧ କରିଥଲେ।

- Advertisement -

ଏହି ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ସଖି ବୁଥ୍ରେ ମହିଳା ପୋଲିଂ ଏଜେଣ୍ଟ ଦେବା ପାଇଁ ରାଜନୈତିକ ଦଳମାନଙ୍କୁ ଅନୁରୋଧ କରିଥିଲେ। ଏହା ସହ ସମସ୍ତ ପୋଲିଂ ଏଜେଣ୍ଟମାନଙ୍କୁ “ପରିଚୟ ପତ୍ର’ ପ୍ରଦାନ କରିବାକୁ ସେ ଅନୁରୋଧ କରିଥିଲେ।

ଏହି ଅବସରରେ ରାଜନୈତିକ ଦଳର ପ୍ରତିିନିଧ#ମାନେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ସଦିଚ୍ଛା ଓ ଉଦ୍ୟମ ପାଇଁ ସାଧୁବାଦ ଜଣାଇବା ସହ ଆଦର୍ଶ ଆଚରଣ ବିଧିର ଅନୁପାଳନପୂର୍ବକ ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେବା ନେଇ ମତପ୍ରକାଶ କରିଥିଲେ। ଏହି ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ପ୍ରସାଦ ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories