www.samajalive.in
Monday, December 15, 2025
14.1 C
Bhubaneswar

ଖଲିକୋଟ ହିଂସା ଓ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବି କଲେ ମୃତକଙ୍କ ପରିବାର

ବ୍ରହ୍ମପୁର: ଖଲିକୋଟ ହିଂସା ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ହେଉ ବୋଲି ମୃତକଙ୍କ ପରିବାର ଦାବି କରିଛନ୍ତି।ମୃତକଙ୍କ ପିତା ଅଭିଯୋଗ କରିଛନ୍ତି ଯେ ରାଜ୍ୟ ସରକାରଙ୍କ ଅଧିନ ପୁଲିସ ଉପରେ ସେମାନଙ୍କ ଭରସା ନାହିଁ। ମାମଲାରେ ବିଜେଡି ବିଧାୟିକାଙ୍କ ସ୍ବାମୀ ଓ ପୁଲିସ ଅଧିକାରୀ ସମ୍ପୃକ୍ତ ରହିଛନ୍ତି। ପୁଲିସ ତଦନ୍ତରେ କିଛି ସୁଫଳ ମିଳିବନି। ତେଣୁ ଖଲିକୋଟ ହିଂସା ଓ ହତ୍ୟା ଘଟଣାର ତଦନ୍ତ ସିବିଆଇକୁ ଦିଆଯାଉ ବୋଲି ମୃତ ଦିଲ୍ଲୀପଙ୍କ ବାପା ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।

ଆଜି ଖଲ୍ଲିକୋଟ ହତ୍ୟା ମାମଲାର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ(ଏକଆଇଟି) ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ପୁଲିସ ମହାନିର୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ। ଏହା ସହ ସେମାନଙ୍କ ବିରୁଦ୍ଧରେ ଉପଯୁକ୍ତ ତଥ୍ୟ ଓ ପ୍ରମାଣ ସଂଗ୍ରହ କରାଯିବ ଏବଂ ଏହି ହତ୍ୟା ମାମଲାର ଶୀଘ୍ର ବିଚାର କରାଯିବା ନିମନ୍ତେ ୩୦ ଦିନ ମଧ୍ୟରେ ଚାର୍ଜସିଟ୍ ଦାଖଲ କରିବାକୁ ଡିଜିପି ଶ୍ରୀ ଷଡ଼ଙ୍ଗୀ ନିର୍ଦେଶ ଦେଇଛନ୍ତି। ଏହି ଅନୁସନ୍ଧାନକାରୀ ଦଳ ସମୟ ସମୟରେ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜିଙ୍କୁ ରିପୋର୍ଟ ପ୍ରଦାନ କରିବେ।

- Advertisement -

ଏଠାରେ ସୂଚନା ଯୋଗ୍ୟ ଯେ ବୁଧବାର ରାତିରେ ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେପି ପୋଷ୍ଟର ମରାକୁ ନେଇ ହୋଇଥିଲା ଗଣ୍ଡଗୋଳ। ବିଜେପି କର୍ମୀ ଦିଲ୍ଲୀପ ପାହାଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ବିଜେଡି କର୍ମୀମାନେ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ବୁଧବାର ରାତିରୁ ଗୁରୁବାର ଅପରାହ୍ନ ପର୍ଯ୍ୟନ୍ତ ଅଶାନ୍ତ ହୋଇଥିଲା ଖଲ୍ଲିକୋଟ୍‌। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ପୁଲିସ ୯ ଜଣଙ୍କୁ ଗିରଫ କରିଥିଲା। ହେଲେ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories