www.samajalive.in
Saturday, December 6, 2025
16.1 C
Bhubaneswar

ଗାଈକୁ ଧକ୍କା ଦେଇ ଦୋକାନ ଭିତରକୁ ମାଡିଗଲା ସ୍କର୍ପିଓ

ଧର୍ମଗଡ: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବସଷ୍ଟାଣ୍ଡ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ଏକ ସ୍କର୍ପିଓ ଦ୍ରୁତ ଗତିରେ ଆସି ପ୍ରଥମେ ଏକ ଗାଈକୁ ଧକ୍କା ଦେଇଥିଲା। ପରେ ଏକ କପଡା ଦୋକାନ ସଟର ଭାଙ୍ଗି ଦୋକାନ ଭିତରକୁ ପଶିଯାଇଥିଲା। ରାତିରେ ଦୋକାନ ବନ୍ଦ ଯୋଗୁଁ ଏକ ବଡ ଦୁର୍ଘଟଣା ଟଳିଯାଇଛି। ଘଟଣାସ୍ଥଳରେ ଗାଈଟିର ମୃତ୍ୟୁ ଘଟିଥିବାବେଳେ କାରରେ ଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ କାର୍ ଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ପୁଲିସ୍ ଗାଡିଟିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି। କାରଟି ଭବାନୀପାଟଣାରୁ ଆସୁଥିବାବେଳେ ଏହି ଅଘଟଣ ଘଟିଥିବା ଜଣାପଡିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories