www.samajalive.in
Tuesday, December 9, 2025
16.1 C
Bhubaneswar

ଆଜି ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ: ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ଵର: ଆଜି ସନ୍ଧ୍ୟାରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ସକାଳେ ମହାପ୍ରଭୂଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ୍ ଶୋ କରିବେ ମୋଦୀ। ତାପରେ ଅନୁଗୁଳଠାରେ ସକାଳ ୯ଟା ୩୦ରେ ବିରାଟ ଜନସଭା କରିବା ସହ କଟକରେ ଦିନ ସାଢେ ୧୧ଟାରେ ଜନ ସମାବେଶ କରିବେ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ୍ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି। ସାଧାରଣ ଲୋକଙ୍କ ପାଇଁ ଟ୍ରାଫିକ୍ ମାର୍ଗଦର୍ଶିକା ମଧ୍ୟ ଜାରି ହୋଇଛି। ସୁରକ୍ଷା ଦାୟିତ୍ଵରେ ୪ ଉପାୟୁକ୍ତ, ୧୮ ଏସିପି, ୪୦ ଆଇଆଇସି, ୧୫୦ ବରିଷ୍ଠ ପୁଳିସ୍ ଅଧିକାରୀ , ୩୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ରହିବେ। ସେପଟେ ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ରେଢାଖୋଲ, ପାଟଣା ଏବଂ ଖୋର୍ଦ୍ଧାରେ ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories