www.samajalive.in
Sunday, December 7, 2025
18.1 C
Bhubaneswar

ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି-ରାଜନାଥ ସିଂ

ରେଢ଼ାଖୋଲ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରେଢ଼ାଖୋଲ ସଭାରେ ସମ୍ବୋଧନ କରି କହିଛନ୍ତି ଯେ ଏଠି ୫୦ ବର୍ଷ କଂଗ୍ରେସ, ୨୫ ବର୍ଷ ବିଜେଡି ଶାସନ କରିଛି। ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି। ଏପରିକି ରତ୍ନଭଣ୍ଡାର ଚାବି ବି ହଜାଇ ଦେଲେ। ଯେଉଁଦିନ ଆମ ସରକାର ହେବ ତାହାର ତଦନ୍ତ ହେବ। କିଏ ରତ୍ନଭଣ୍ଡାର ଚାବି ହଜାଇଲା ତଦନ୍ତ ହେବ। ମୋଦୀ ଭାରତର ପ୍ରଧାନମନ୍ତ୍ରୀ ହେବା ପରେ ଭାରତର ଛବି ବଦଳିଛି।

- Advertisement -

ଏବେ ଅନ୍ତର୍ଜାତୀୟ ମଞ୍ଚରେ ଭାରତକୁ ସମସ୍ତେ ଧ୍ୟାନ ଦେଇ ଶୁଣୁଛନ୍ତି। ରୁଷିଆ-ୟୁକ୍ରେନ ସଂଘର୍ଷରେ ଭାରତୀୟ ଛାତ୍ରଛାତ୍ରୀ ଫସି ରହିଥିଲେ। ପୁତିନ ଓ ଜେଲେନସ୍କି ସହ କଥା ହୋଇ ମୋଦୀ ସାଢ଼େ ୪ ଘଣ୍ଟ ଯୁଦ୍ଧ ରୋକିଲେ। ଓଡ଼ିଶାରେ ପକ୍କା ଘର ଯେଭଳି ହେବା କଥା ବିଜେଡି ସରକାର କରିନି।

ଓଡ଼ିଶାରେ ଆୟୁଷ୍ମାମ ଯୋଜନା ଲାଗୁ କରାଯାଉନି। ବିଜେପି ସରକାର ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ ହେବ। ଆମେ ଯାହା କହୁ ତାହା କରୁ। ୩୭୦ ଧାରା ହଟାଇଲୁ। ରାମ ମନ୍ଦିର ପ୍ରତିଷ୍ଠା କଲୁ। ତିନି ତଲାକ ମଧ୍ୟ ସମାପ୍ତ କଲୁ ବୋଲି ରାଜଧାନ ସିଂ ପ୍ରକାଶ କରିଛନ୍ତି।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories