www.samajalive.in
Sunday, December 14, 2025
26.1 C
Bhubaneswar

ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ, ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କୁ ଦେବେ ଗୁରୁ ମନ୍ତ୍ର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଗସ୍ତରେ ଆସିଛନ୍ତି। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ। କାର୍ଯ୍ୟାଳୟ ପରିସରରେ ସୁୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହ ସମୀକ୍ଷା ବୈଠକ କରିବେ ମୋଦୀ। ଏହାପରେ ରାଜଭବନରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ଅର୍ଥାତ୍‌ ସୋମବାର ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହାପରେ ଦଳୀୟ ପ୍ରାର୍ଥୀଙ୍କ ସହ ପୁରୀରେ ଏକ ବିଶାଳ ରୋଡ୍‌ ଶୋ’ରେ ସାମିଲ ହେବେ। ସକାଳ ସାଢ଼େ ୯ଟାରେ ଅନୁଗୁଳ ଓ ସାଢ଼େ ୧୧ଟାରେ କଟକ କିଲ୍ଲା ପଡ଼ିଆରେ ଜନସଭାକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମୋଦୀଙ୍କ ପାଇଁ ପୁରୀରେ ୬୩ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ତାଳବଣିଆରେ ପହଞ୍ଚିବାର ୧ ଘଣ୍ଟା ପୂର୍ବରୁ ପୁରୀରେ କଟକଣା ଲାଗୁ କରାଯିବ। ଶ୍ରୀଜୀଉଙ୍କ ଦର୍ଶନ ପାଇଁ ସକାଳ ସାଢେ ୭ଟାରେ ପହଞ୍ଚିବେ ମୋଦୀ। ଘଣ୍ଟାଏ ପୂର୍ବରୁ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ ଟ୍ରାଫିକ୍ କଟକଣା କରାଯିବ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories