www.samajalive.in
Tuesday, December 9, 2025
15.1 C
Bhubaneswar

ପୁରୀରେ ପ୍ରଧାନମନ୍ତ୍ରୀ : ମହାପ୍ରଭୁଙ୍କୁ ଦର୍ଶନ ପରେ କରିବେ ରୋଡ୍ ଶୋ

ଭୁବନେଶ୍ଵର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ଭୁବନେଶ୍ଵରରେ ପହଞ୍ଚିଥିଲେ। ପରେ ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହ ସମୀକ୍ଷା ବୈଠକ କରିଥିଲେ। ରବିବାର ରାଜଭବନରେ ରାତ୍ରିଯାପନ କରିଥିଲେ ପ୍ରଧାନମନ୍ତ୍ରୀ। ଆଜି ପୁରୀରେ ପ୍ରଧାନମନ୍ତ୍ରୀଙ୍କର ରୋଡ୍ ଶୋ କାର୍ଯ୍ୟକ୍ରମ ରହିଛି। ତେଣୁ ସକାଳୁ ପୁରୀ ଯାଇ ମହାପ୍ରଭୂଙ୍କୁ ଦର୍ଶନ କରିଛନ୍ତି। ଏହାପରେ ଦଳୀୟ ପ୍ରାର୍ଥୀଙ୍କ ସହ ପୁରୀରେ ଏକ ବିଶାଳ ରୋଡ୍‌ ଶୋ’ରେ ସାମିଲ ହେବେ। ମୋଦୀଙ୍କ ପାଇଁ ପୁରୀରେ ୬୩ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ସେହିପରି ସକାଳ ସାଢ଼େ ୯ଟାରେ ଅନୁଗୁଳ ଓ ସାଢ଼େ ୧୧ଟାରେ କଟକ କିଲ୍ଲା ପଡ଼ିଆରେ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories