www.samajalive.in
Sunday, December 14, 2025
19.1 C
Bhubaneswar

ବାସୁଦେବପୁରରେ ରାଜନୈତିକ ହିଂସା, କାଉନସିଲର ଅଟକ

ବାସୁଦେବପୁର: ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଦେଖାଦେଇଛି। ଏହାକୁ ନେଇ ବିଜେପି କାଉନସିଲର ଓ ତାଙ୍କର ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଆହତ ଯୁବକ ଜଣକ ପୌରପାଳିକା ରାଧାନାଥପୁର ଗ୍ରାମର ସତ୍ୟକାନ୍ତ ନାୟକ ବୋଲି ଜଣାପଡ଼ିଛି । ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ସତ୍ୟକାନ୍ତ ବିଜେଡି ପୋଷ୍ଟର ଲଗାଇଥିବା କାରଣକୁ ନେଇ ବିଜେପି କାଉନସିଲର ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବାବେଳେ ୫ ନମ୍ବର କାଉନସିଲ୍‌ରଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories