www.samajalive.in
Monday, December 8, 2025
20.1 C
Bhubaneswar

ଓଡ଼ିଆ ଅସ୍ମିତାକୁ ଆଘାତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିଜେପିର ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ଏକ ମନ୍ତବ୍ୟକୁ ସବୁଠି ଦୃଢ଼ ନିନ୍ଦା କରାଯାଇଛି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁରୀରେ ଏକ ରୋଡ ଶୋ’ କରିଥିଲେ। ଏହାରି ଭିତରେ ସମ୍ବିତଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେଉଛି। ଏଥିରେ ସେ କହିଛନ୍ତି, ମୋଦୀଙ୍କୁ ଦେଖିବା ପାଇଁ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଛି। ମୋଦୀଙ୍କ ଭକ୍ତ ଜଗନ୍ନାଥ। ସମ୍ବିତଙ୍କ ଏହି ମନ୍ତବ୍ୟକୁ ନେଇ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି।

ମହାପ୍ରଭୁ ଜଗନ୍ନାଥଙ୍କ ସମ୍ପର୍କରେ ସମ୍ବିତଙ୍କ ମନ୍ତବ୍ୟକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ବିଶ୍ବର ଠାକୁର। ମହାପ୍ରଭୁଙ୍କୁ ଅନ୍ୟ ଜଣେ ମନୁଷ୍ୟର ଭକ୍ତ କହିବା ମହାପ୍ରଭୁଙ୍କ ପ୍ରତି ସବୁଠୁ ବଡ଼ ଅପମାନ। ଏହା ବିଶ୍ବର କୋଟିକୋଟି ଜଗନ୍ନାଥ ଭକ୍ତ ଓ ଓଡ଼ିଆଙ୍କ ଭାବାବେଗ ଓ ଆସ୍ଥାକୁ ଆଘାତ ଦେଇଛି। ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଅସ୍ମିତାର ସବୁଠାରୁ ବଡ଼ ପ୍ରତୀକ। ମହାପ୍ରଭୁଙ୍କୁ ଅନ୍ୟଜଣେ ମଣିଷର ଭକ୍ତ ବୋଲି କହିବା ସମ୍ପୂର୍ଣ୍ଣ ଭାବରେ ନିନ୍ଦନୀୟ। ବିଜେପିର ପୁରୀ ଲୋକସଭା ପ୍ରାର୍ଥୀଙ୍କ ଏପରି ମନ୍ତବ୍ୟକୁ ମୁଁ ଦୃଢ଼ ନିନ୍ଦା କରୁଛି ଓ ମହାପ୍ରଭୁଙ୍କୁ ରାଜନୀତିରୁ ଊର୍ଦ୍ଧ୍ୱରେ ରଖିବାକୁ ବିଜେପିକୁ ଅପିଲ୍ କରୁଛି। ଏହା କରି ଆପଣ ଓଡ଼ିଆ ଅସ୍ମିତାକୁ ଗଭୀର ଭାବରେ ଆଘାତ ପହଞ୍ଚାଇଛନ୍ତି। ଯାହା ଓଡ଼ିଶାବାସୀ ଦୀର୍ଘଦିନ ପାଇଁ ମନେ ରଖିବେ ଆଉ ନିନ୍ଦା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଫ୍ଲାଏଓଭରରୁ ଖସିଲା ଯାତ୍ରୀବାହୀ ବସ୍: ଜଣେ ମୃତ

- Advertisement -

ଅନ୍ୟପଟେ ସମ୍ବିତ ଭୁଲ୍‌ ସ୍ବୀକାର କରି କହିଛନ୍ତି କି ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୁରୀ ଆଗମନ ଅବସରରେ ପୁରୀ ବଡ଼ଦାଣ୍ଡରେ ଜନଗହଳିରେ ଅନେକ ମିଡିଆ ବନ୍ଧୁଙ୍କ ସହ ବାର୍ତ୍ତା କରିଥିଲେ। ଏହି ଜନସମୁଦ୍ର ମଧ୍ୟରେ ଜଣେ ମିଡିଆ ବନ୍ଧୁଙ୍କ ସହ ବାର୍ତ୍ତା ସମୟରେ ‘ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତ ମୋଦୀ’ ବଦଳରେ ଭୁଲବଶତଃ ‘ମୋଦୀଙ୍କ ଭକ୍ତ ଜଗନ୍ନାଥ’ ଉଚ୍ଚାରଣ ହୋଇଯାଇଥିଲା। ସ୍ବାଭାବିକ ଭାବେ ଆମେ ସମସ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତ। ବଡ଼ ଠାକୁର ଶ୍ରୀଜଗନ୍ନାଥ ଆମ ମୁରବୀ। ଏହି ପ୍ରସଙ୍ଗରେ ରାଜନୀତି କରିବା ଅନୁଚିତ ହେବ ବୋଲି ସେ କହିଛନ୍ତି ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories