www.samajalive.in
Sunday, December 14, 2025
26.1 C
Bhubaneswar

ନିର୍ବାଚନ ଆୟୋଗଙ୍କ ନିର୍ଦେଶ, କଣ୍ଟାମାଳର ବୁଥ ନମ୍ବର ୨୬ ଓ ୨୮ ହେବ ପୁନଃମତଦାନ

ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ବୁଥ ନମ୍ବର ୨୬ ଏବଂ ବୁଥ ନମ୍ବର ୨୮ରେ ମେ’ ୨୩, ୨୦୨୪ରେ ପୁନଃମତଦାନ ଅନୁଷ୍ଠିତ ହେବ। ଏହି ପ୍ରକ୍ରିୟା ଉକ୍ତ ଦିନ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଚାଲିବ।

ଏଣୁ କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ପ୍ରାର୍ଥୀ ଓ ଉକ୍ତ ବୁଥ ଦ୍ୱୟର ସମସ୍ତ ମତଦାତାଙ୍କୁ ଏହା ଅବଗତ କରାଇବା ନିମନ୍ତେ ଉଭୟ ବୌଦ୍ଧ ଓ କନ୍ଧମାଳ ଜିଲାର ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳମାନଙ୍କୁ ଭାରତ ନିର୍ବାଚନଆୟୋଗଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି।

- Advertisement -

ଏହାବ୍ୟତୀତ ଭାରତ ନିର୍ବାଚନ ଆୟୋଗ ଦିଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧ ଜିଲାର ଅତିରିକ୍ତ ଜିଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବଚାନ ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ରୂପେ ନିଯୁକ୍ତ କରିଛନ୍ତି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories