www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ନବୀନଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ମତଦାନ ଶେଷ ହୋଇଥିବା ବେଳେ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ଜୋରଦାର ଚାଲିଛି। ବାକି ଦୁଇଟି ପର୍ଯ୍ୟାୟ ପାଇଁ ବିଜେଡ଼ିର ଦଳୀୟ ପ୍ରାର୍ଥୀମାନଙ୍କ ଲାଗି ମାରାଥନ ପ୍ରଚାର କରୁଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀଙ୍କର ମାରାଥନ ପ୍ରଚାରରେ ପ୍ରଥମେ ସ୍ୱତନ୍ତ୍ର ହେଲିକପ୍ଟରରେ ଖୋର୍ଦ୍ଧା ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ପହଂଚିବା ପରେ ହାବେଳି ପଡିଆରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ଲାଗି ଆଶୀର୍ବାଦ ଲୋଡିବେ। ଏହାପରେ ନୟାଗଡ ଷ୍ଟାଡିୟମରେ ପହଂଚି ପ୍ରଚାର କରିବେ। ଶେଷରେ ପୁରୀ ତାଳବଣିଆରେ ନିର୍ବାଚନୀ ସଭାରେ ଯୋଗ ଦେବେ ଏବଂ ପରେ କଟକ ଅଭିମୁଖେ ଯାଇ ପ୍ରାର୍ଥୀଙ୍କ ଲାଗି ଭୋଟ ମାଗିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories