www.samajalive.in
Thursday, December 11, 2025
15.1 C
Bhubaneswar

ମଙ୍ଗଳବାର ରାଶିଫଳ

ମେଷ: ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିପାରନ୍ତି। ଉଦାର ସ୍ବଭାବର ହେବେ। ଦାତାଭାବେ ଖ୍ୟାତି ଅର୍ଜନ କରିପାରନ୍ତି। ମର୍ଯ୍ୟାଦାଜନକ ବ୍ୟକ୍ତିଭାବେ ପରିଚୟ ଦେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭ ମିଳିବ।
ବୃଷ: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ଆକ୍ରାନ୍ତ ହେବାର ସୂଚନା ମିଳୁଛି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁ ପ୍ରେମୀ ହେବେ।
ମିଥୁନ: ଆପଣଙ୍କ ପାଇଁ ଏକ ନୂତନ ଆୟ ପନ୍ଥା ଖୋଲିପାରେ। ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବାର ସୁଯୋଗ ଜୁଟିଛି। ସହନଶୀଳ ହୋଇପାରନ୍ତି।
କର୍କଟ: ଧୈର୍ଯ୍ୟ ରଖି ପାରିଲେ ସଫଳତା ମିଳିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ। ସୁଖୀ ହେବେ।
ସିଂହ: ମନୋବଳ ଦୃଢ଼ ରହିବ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମିଷ୍ଟଭାଷୀ ହେବେ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଧାର୍ମିକ ପ୍ରବୃିତ୍ତିର ହେବେ। ସୁଖ ମିଳିବ।
କନ୍ୟା: ରୋଜଗାର ଆଶାନୁରୂପ ହୋଇପାରେ। ନିଜଲୋକ ଦାଉ ସାଧିବାକୁ ଚେଷ୍ଟା କରିବେ। ଚଞ୍ଚଳ ପ୍ରକୃତିର ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।
ତୁଳା: କର୍ମ ଚଞ୍ଚଳ ରହିପାରନ୍ତି। କୁଳଦୀପକ ହେବେ। ମନରେ ପ୍ରସନ୍ନତା ଭାବ ଦେଖା ଦେଇପାରେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ସୁଖୀ ହେବେ।
ବିଛା: ଯାନ-ବାହନ ଚଳାଚଳରେ ସତର୍କ ହେବେ। ଈଶ୍ୱର ନିଷ୍ଠା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବ। ଭାଗ୍ୟଶାଳୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପଦଯୁକ୍ତ ହେବେ।
ଧନୁ: ନିର୍ଭୀକ ଭାବେ ଆଗକୁ ବଢ଼ିବାକୁ ଉଦ୍ୟମ ଜାରି ରଖିବେ। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ସର୍ଦ୍ଦି, କଫରେ ଆକ୍ରାନ୍ତ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ହେତୁ ସତର୍କ ରହିବେ।
ମକର: କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାପ୍ରତି ମନ ବଳାଇ ପାରନ୍ତି। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ କଥାରେ ଚଳିବେ।
କୁମ୍ଭ: ପରିଚାଳନାରେ ସୁଧାର ଆଣିବା ପାଇଁ କ୍ରୋଧ ସମ୍ବରଣ କରିବାକୁ ବାଧ୍ୟ ହେବେ। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶକ୍ତିମାନ୍‍ ହେବେ। ଶତ୍ରୁହନ୍ତା ହେବାର ସୂଚନା ମିଳୁଛି।
ମୀନ: ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଥଣ୍ଡା କଫ ଜନିତ ପୀଡ଼ା ଅନୁଭବ କରିବେ। ହଠାତ୍‍ କିଛି ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories