www.samajalive.in
Sunday, December 14, 2025
16.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ; ୨ ଦିନ ଅତି ପ୍ରବଳ ବର୍ଷା ସମ୍ଭବାନା..

ଭୁବନେଶ୍ୱର : ଓଡିଶାରେ ସମ୍ଭାବ୍ୟ ବାତ୍ୟାର ସେପରି ବିଶେଷ ପ୍ରଭାବ ପଡିବ ନାହିଁ। ଏନେଇ ସାମ୍ବାଦିକ ସମ୍ମିଳନୀ ଯୋଗେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗୁରୁବାର ସୂଚନା ଦେଇଛନ୍ତି। ମାତ୍ର ଓଡିଶାରେ ଯେପରି କାଳବୈଶାଖୀ ବର୍ଷା ହେଉଛି ତାହା ଜାରି ରହିବ। ୨୬ ତାରିଖ ବେଳକୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
ରାଜ୍ୟର କିଛି ସ୍ଥାନରେ ୨ ଦିନ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ କରାଇଛି। ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

- Advertisement -


ସୂଚନା ଯୋଗ୍ୟ,ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା। ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ୨୬ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ। ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ। ଏନେଇ ଗୁରୁବାର ଏକ୍ସ ଜରିଆରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। ଶୁକ୍ରବାର ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବ ଓଡିଶା ଉପରେ ରହିବନି ବୋଲି ପୂର୍ବରୁ ଆଇଏମଡି ଡିଜି କହିଛନ୍ତି।

ଆସୁଛି ବାତ୍ୟା ; ୨୬ ସୁଦ୍ଧା ନେଇପାରେ ଭୀଷଣ ବାତ୍ୟାର ରୂପ ,ଉତ୍ତର ଓଡିଶାରେ ପ୍ରବଳ ବର୍ଷିବ..

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories